ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ନୂଆ ଓଡ଼ିଶାର ଚିତ୍ର ଆଙ୍କିବେ ସୁରେଶ, ପ୍ରଦୀପ ଓ ଅସିତ

0
  • ଅସିତ ତ୍ରିପାଠୀ ପଶ୍ଟିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ନିଯୁକ୍ତ
  • ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିବେ
  • ନୂଆ ଅଧିକାରୀଙ୍କୁ ନେଇ ନୂଆବର୍ଷରୁ ନୂଆ ଓଡ଼ିଶା ଗଠନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ୧୯୮୬ ବ୍ୟାଚ୍ ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଉନ୍ନୟନ କମିସନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ପରବର୍ତୀ ମୁଖ୍ୟଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଉନ୍ନୟନ କମିସନର ଭାବେ ମଧ୍ୟ କାର୍ଯ୍ୟ କରିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ସଂକ୍ରାନ୍ତ ସୂଚନା ଦିଆଯାଇଛି।

ଆସନ୍ତା ୩୧ ତାରିଖ ଦିନ ବର୍ତମାନର ମୁଖ୍ୟଶାସନ ସଚିବ ଅସିତ କୁମାର ତ୍ରିପାଠୀ ଅବସର ନେବେ। ତେବେ ମୁଖ୍ୟମନ୍ତ୍ରୀ ତାଙ୍କୁ ନିଜ ପାଖରେ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି। ସେ ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, ଶିଳ୍ପ ଓ କୃଷି ବ୍ୟାପାର କ୍ଷେତ୍ରରେ ପରାମର୍ଶ ଦେବେ। ପୂର୍ବରୁ ଆର୍ ବାଲକ୍ରିଷ୍ଣନ୍ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ଯ କରୁଛନ୍ତି।

ସେହିଭଳିରାଜ୍ୟ ସରକାର ୧୯୮୯ ବ୍ୟାଚ୍ ଆଇଏଏସ୍ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗ ଦାୟିତ୍ବରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଜେନା ଏବେ ସ୍ବତନ୍ତ୍ର ରିଲିଫ୍ କମିସନର ଭାବେ ମଧ୍ୟ କାର୍ଯ୍ୟ କରୁଛନ୍ତି।

ଏଥିସହିତ ନୂଆବର୍ଷରୁ ନୂଆ ପ୍ରଶାସନକୁ ନେଇ ମୁଖ୍ୟମନ୍ତ୍ରୀ ନୂଆ ଓଡ଼ିଶା ଗଠନ ପାଇଁ କାର୍ଯ୍ୟ ଆରମ୍ଭ କରିବେ ବୋଲି (ଆର୍‌ଏନ୍ଏ) ଯେଉଁ ପୂର୍ବାନୁମାନ କରାଯାଇଥିଲା ତାହା ବାସ୍ତବତାରେ ପରିଣତ ହୋଇଛି।

ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ ହେବ ବୋଲି ମଧ୍ୟ ସୂଚନା ମିଳୁଛି।

Leave A Reply

Your email address will not be published.