ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

ଗୋଟିଏ ମିସ୍ କଲରେ ଘରେ ପହଁଞ୍ଚିବ ଗ୍ୟାସ

0

ଭୁବନେଶ୍ବର:ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହିଜିଟାଲ ଇଣ୍ଡିଆର ସ୍ବପ୍ନ ସାକାର କରିବା ପାଇଁ ାୁକ୍ରବାର ଭୁବନେଶ୍ବରରୁ ଇଣ୍ଡିଆନ ଅଏଲ ଦ୍ବାରା ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀ ଭୁବନେଶ୍ବର ସମେତ ସମଗ୍ର ଦେଶରେ ଇଣ୍ଡିଆନ ଅଏଲର ଉପଭୋକ୍ତାଙ୍କ ପାଇଁ ରନ୍ଧନ ଗ୍ୟାସ ରିଫିଲ ବୁକିଂ ଏବଂ କେବଳ ଭୁବନେଶ୍ବରରେ ନୂତନ ଗ୍ୟାସ ସଂଯୋଗର ପଞୀକରଣ ନିମନ୍ତେ ମିସ୍‌ଡ କଲ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏହି ସୁବିଧା ଉପଲବ୍ଧ ଫଳରେ ଇଣ୍ଡିଆନ ଅଏଲର ଉପଭୋକ୍ତାମାନେ ଏଣିକି ମୋବାଇଲ ଫୋନରୁ ୮୪୫୪୯୫୫୫୫୫ ନମ୍ବରରେ ଗୋଟିଏ ମିସ କଲ ଦେଲେ ଘରେ ଗ୍ୟାସ ପହଁଞ୍ଚିଯିବ ଓ ନୂଆ ଗ୍ୟାସ ସଂଯୋଗ ପାଇଁ ପଞ୍ଜିକରଣ ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ ଦ୍ବିତୀୟ ପର୍ଯ୍ୟାୟରେ ଭୁବନେଶ୍ବର ସମେତ ଦେଶର ୭ଟି ବଡ ସହର ଯଥା ଚେନ୍ନାଇ,ବେଙ୍ଗାଲୁର,ହାଇଦ୍ରାବାଦ,କୋଲକତା,କୋଚି,ଇନ୍ଦୋର ସହରରେ ଇଣ୍ଡିଅନ ଅଏଲ ଦ୍ବାରା ବିକଶିତ ଦେଶର ପ୍ରଥମ ବିଶ୍ବସ୍ଥରୀୟ ପ୍ରିମିୟମ ଗ୍ରେଡ ପେଟ୍ରୋଲ ଅକ୍ଟନ ୧୦୦ ତଥା ଏକ୍ସପି ୧୦୦ର ପ୍ରଚଳନ କରିଛନ୍ତି। ସେହିପରି ଭିଡିଓ କନଫରେନ୍ସଂ ମାଧ୍ୟମରେ ଆସାମର ଦିଗବୋଇ ବିଶୋଧନାଗାରରୁ ଏକ୍ସପି ୧୦୦ର ପ୍ରଥମ ବ୍ୟାଚକୁ ସବୁଜ ପତକା ପ୍ରଦର୍ଶନ ଦ୍ୱାରା ଶୁଭାରମ୍ଭ ମଧ୍ୟ ହୋଇଯାଇଛି । ଏହି ସବୁ କାର୍ଯ୍ୟକ୍ରମ ପାଇଁ ଶ୍ରୀ ପ୍ରଧାନ ଆଇଓସିଏଲକୁ ଧନ୍ୟବାଦ ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଇଜ୍ ଅଫ୍ ଲିଭିଂକୁ ସର୍ବାଧିକ ପ୍ରାଥମିକତା ଦେଇଥିବା ବେଳେ ଆଜି
ଭୁବନେଶ୍ୱରରୁ ରାଷ୍ଟ୍ରୀୟ ସୁବିଧାର ଉପଲବ୍ଧ ହେବା ଏହାର ବଡ଼ ଉଦାହରଣ । ଏହା ନୂଆବର୍ଷରେ ଭୁବନେଶ୍ୱର ଓ
ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଡ଼ିଜିଟାଲ ଉପହାର । ତେବେ ଖୁବ ଶୀଘ୍ର ଓଡ଼ିଶାରେ ସବୁ ଇଣ୍ଡେନର ଗ୍ରାହକ ମାନଙ୍କୁ
ଏହି ମିସଡ୍ କଲ୍‌ରେ ଗ୍ୟାସ ପଞ୍ଜିକରଣ ସୁବିଧା ଉପଲବ୍ଧ କରାଯିବ ଏବଂ ଆଗାମୀ କିଛି ମାସରେ ଦେଶରେ ସୁବୁଠି
ଏହି ଡିଜିଟାଲ ସୁବିଧା ଉପଲବ୍ଧ ହେବ ବୋଲି କହିଛନ୍ତି ।
ଅନେକ ଲୋକମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଡ଼ିଜିଟାଲ ଇଣ୍ଡିଆ ନେଇ ମଜାକ୍ କରୁଥିବା ବେଳେ ବର୍ତମାନ
ଗୋଟିଏ ସୁଇଚ୍ ଟିପିଲେ ଘରେ ଗ୍ୟାସ ପହଁଚିବା କେବଳ ଡ଼ିଜିଟାଲ ଇଣ୍ଡିଆରେ ହିଁ ସମ୍ଭବ ହୋଇଛି । ପ୍ରଧାନମନ୍ତ୍ରୀ
ମୋଦିଙ୍କ ନେତୃତ୍ୱରେ କେବଳ ସମ୍ପନ୍ନ ଘର ଲୋକଙ୍କ ପାଖରେ ଏହି ଅତ୍ୟାଧନିକ ସୁବିଧା ପହଁଚାଇବା ନୁହେଁ ବରଂ
ଗରିବରୁ ଗରିବ ଲୋକଙ୍କ ପାଖରେ ମଧ୍ୟ ସମସ୍ତ ସୁବିଧା ପହଁଚାଇବା ଭାରତ ସରକାରଙ୍କ ଲକ୍ଷ୍ୟ ବୋଲି ଶ୍ରୀ ପ୍ରଧାନ
କହିଛନ୍ତି ।
ସେହିପରି ମୋଦି ସରକାର ମହିଳାଙ୍କୁ ସର୍ବୋପରି ଗୁରୁତ୍ୱ ଦେଇଆସୁଛନ୍ତି । ସମସ୍ତଙ୍କ ଘରେ ଗ୍ୟାସ ଉପଲବଦ୍ଧ
କରାଇବା ମହିଳାଙ୍କ ସ୍ୱାସ୍ଥ୍ୟ, ଜୀବନ ଓ ସେମାନଙ୍କ ପରିବାର ସହ ଜଡ଼ିତ । ପୂର୍ବ ସରକାରରେ ଓଡ଼ିଶାରେ
୧୦୦ରେ ହାରାହାରି ୨୨ ଜଣଙ୍କ ଘରେ ରନ୍ଧନ ଗ୍ୟାସ ଥିବାବେଳେ ଏବେ କିନ୍ତୁ ମୋଦି ସରକାରରେ ଏହା ବୃଦ୍ଧି
ପାଇ ୮୦ ପ୍ରତିଶତରେ ପହଁଚିଛି । ଖୁବ ଶୀଘ୍ର ଏହାକୁ ଶତପ୍ରତିଶତ କରାଯିବ । ଏହା ହିଁ ମୋଦିଙ୍କ ସରକାରଙ୍କ
ମହିଳାଙ୍କ ପ୍ରତି ଯୋଜନାର ବଳିଷ୍ଠ ପ୍ରମାଣ ।
ଏହି ହାଇଗ୍ରେଡ୍ ଯୁକ୍ତ ତୈଳ ଇନ୍ଧନକୁ ଇଣ୍ଡିଆନ ଅଏଲ ପକ୍ଷରୁ ‘ଏକ୍ସପି ୧୦୦’ ନାମରେ ବ୍ରାଣ୍ଡିଂ କରାଯାଇଛି ।
ପ୍ରିମିୟମ ଯାନ ମାନଙ୍କରେ ଏହି ତୈଳର ବ୍ୟବହାର ଦ୍ୱାରା ଇଞ୍ଜିନର ଗତି ବଢ଼ିବ । ଗତ ଡିସମ୍ବେର୧ରେ ପ୍ରଥମ
ପର୍ଯ୍ୟାୟରେ ଦେଶର ୧୦ଟି ସହର ଯଥା ଦିଲ୍ଲୀ, ଗୁଡଗାଁଓ, ନୋଏଡ଼ା, ଆଗ୍ରା, ଜୟପୁର, ଚଣ୍ଡିଗଡ଼, ଲୁଧିଆନା,
ମୁମ୍ବାଇ, ପୁଣେ, ଅହମ୍ମଦବାଦରେ ଏହି ହାଇଗ୍ରେଡ୍ ଯୁକ୍ତ ତୈଳ ଇନ୍ଧନକୁ ଉପଲବ୍ଧ କରାଯାଇଥିଲା ।
ଆସାମର ଦିଗବୋଇ ବିଶୋଧନାଗାରରୁ ଏକ୍ସପି ୧୦୦ର ପ୍ରଥମ ବ୍ୟାଚକୁ ସବୁଜ ପତକା ପ୍ରଦର୍ଶନ କରି ଏହାର
ଶୁଭାରମ୍ଭ କରାଯାଇଛି । ଏକବିଂଶ ଶତାବ୍ଦୀରେ ଟେକ୍ନୋଲୋଜି ମାଧ୍ୟମରେ ନାଗରିକଙ୍କ ଇଜ୍ ଅଫ୍ ଲିଭିଂକୁ
ବଢ଼ାଇବା ପାଇଁ ମୋଦି ସରକାର ପ୍ରତିବଦ୍ଧ ବୋଲି ସେ କହିଛନ୍ତି ।
କରୋନା ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ, କରୋନା ଯୋଦ୍ଧାଙ୍କ ଦୃଢ଼ ଇଚ୍ଛା ଶକ୍ତି ଓ ଦେଶର ତୈଳ
ବିପରଣ କମ୍ପାନୀ ଯଥା ଆଇଓସିଏଲ, ବିପିସିଏଲ ଓ ଏଚପିସିଏଲ ଇତ୍ୟାଦିଙ୍କ ଉଦ୍ୟମ କାରଣରୁ ଦେଶରେ
ଏଲପିଜି ଗ୍ୟାସ ଯୋଗାଣକୁ ସୁନିଶ୍ଚିତ କରାଯାଇଛି । ଏହି ସଫଳତା ବିଶ୍ୱ ପାଇଁ ଆଜିର ଦିନରେ ଉଦାହରଣ
ହୋଇଛି । ତେବେ ଭାରତ ଲୋକଙ୍କ ଇଚ୍ଛାଶକ୍ତି କାରଣରୁ ଏହା ସମ୍ଭବ ହୋଇପାରିଛି ।

Leave A Reply

Your email address will not be published.