ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଅନନ୍ୟ ଉଦାହରଣ ରାମଲିଙ୍ଗେଶ୍ବର ଜଳାଶୟ

0
  • ବ୍ରହ୍ମପୁର ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
  • ଗଞ୍ଜାମ ତଥା ବ୍ରହ୍ମପୁରର ବିକାଶ କାର୍ଯ୍ୟ ଉପରେ ମୁଁ ତୀକ୍ଷ୍ଣ ନଜର ରଖିଛି- ମୁଖ୍ୟମନ୍ତ୍ରୀ


ଅନନ୍ୟ ଉଦାହରଣ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ। ଅବ୍ୟବହୃତ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ପଡି ରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକ ମାନଙ୍କର ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇପାରିଛି। ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍‌ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି ।
ଏହି ଅବସରରେ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାମଲିଙ୍ଗେଶ୍ବର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ବାନ ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି, ଏହା ହେଉଛି ପରିବର୍ତ୍ତନ। ରାମଲିଙ୍ଗେଶ୍ବର ଜଳାଶୟ ଓ ପାର୍କ ଆଜି ଗଂଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି । ଏହା ଆଜି ସମ୍ଭବ ହୋଇପାରିଛି, ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁ । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।


କୋଭିଡ ସମୟରେ ଗଂଜାମର ଜନସାଧାରଣଙ୍କର ଦୃଢ ମନୋବଳର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଂଜାମର ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଂଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି । ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଂଗ ରୋଡ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ବତନ୍ତ୍ର ଗୁରୁତ୍ବ ରଖିଛି। ବ୍ରହ୍ମପୁର ତଥା ଗଂଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷ୍ଣ ନଜର ରଖିଛି ବୋଲି ମତଦେଇ ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜଂଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ବିକ୍ରମ ପଣ୍ଡା, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇ ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ।
ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ ଶ୍ରୀ ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆନ୍ତରିକ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ ୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ ୤। ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା। ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଂକରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି ।

Leave A Reply

Your email address will not be published.