ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଆର୍‌ଏସ୍‌ପିରେ ଗ୍ୟାସ ଲିକ୍, ୨ମୃତ

0

ଭୁବନେଶ୍ବର: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଭାବନୀୟ ଘଟଣା ଘଟିଛି। କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଠିକା ଶ୍ରମିକ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ଗୁରୁତର ଥିବା ବେଳେ ବାକି ୬ଜଣ ଶ୍ରମିକ ଆପାତତଃ ସୁସ୍ଥ ଥିବା କୁହାଯାଉଛି।

ଆଜି ସକାଳ ପ୍ରାୟ ସାଢେ ନଅଟା ବେଳେ ଏହି ଘଟଣା ଘଟିଥିଲା। ତୁରନ୍ତ ଅଗ୍ନିଶମ କର୍ମଚାରୀମାନେ ଆସି ଗ୍ୟାସ୍ ଲିକ୍‌ରେ ଫସିଥିବା ଶ୍ରମିକମାନଙ୍କୁ ଉଦ୍ଧାର କରିଥିଲେ। ପ୍ରଥମେ ସେମାନଙ୍କୁ ପ୍ଲାଣ୍ଟ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଇସ୍ପାତ ଜେନେରାଲ୍ ହସ୍ପିଟାଲକୁ ପଠାଯାଇଥିଲା।

କେଉଁ ପରିସ୍ଥିତିରେ ବିଷାକ୍ତ ଗ୍ୟାସ୍ ଲିକ୍ ହେଲା, ତାହା ଜଣାପଡ଼ିନାହିଁ। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ଯାଞ୍ଚ ଚଳାଇଛନ୍ତି। ସେପଟେ ଏହାକୁ ନେଇ ଶ୍ରମିକ ସଂଗଠନମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହିତ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।

Leave A Reply

Your email address will not be published.