ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

କେନ୍ଦୁପତ୍ର ତୋଳାଳୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

0
  • କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ୯୨.୩୭ କୋଟି ଟଙ୍କାର ବୋନସ୍‌ ଓ ଅନ୍ୟାନ୍ୟ ସହାୟତା
  • ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ମୃତ୍ୟୁ ଓ ଅକର୍ମଣ୍ୟତା କ୍ଷେତ୍ରରେ ସହାୟତା ଦୁଇ ଲକ୍ଷକୁ ବୃଦ୍ଧି

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି । ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା । ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଆଜି କେନ୍ଦୁପତ୍ର କଲ୍ୟାଣବୋର୍ଡରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ ।


କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି । କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି । ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି । ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି । କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା । ଏହା ଦ୍ବାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି । ୨୦୨୦ ଶେଷ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ DBT ଜରିଆରେ ପଇଠ କରାଯାଇଛି ।


ଏହି ବୈଠକରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ଏବଂ ପୁର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ସେମାନଙ୍କର ମତାମତ ରଖିଥିଲେ । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ଶ୍ରୀ ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ । ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ଡ. ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.