ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0
  • ୨୭ କୋଟି ବ୍ୟୟ ବହନ କରିବେ ସରକାର

ଭୁବନେଶ୍ବର: ଛାତ୍ର ସମାଜର ବୃହତର ସ୍ବାଥ କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।

ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ। କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

ଆଜି ଛାତ୍ର ବିଜେପି ସଭାପତି ଦେବୀ ତ୍ରିପାଠୀ ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଫିସ୍ ଛାଡିବା ପାଇଁ ଦାବି କରିଥିଲେ।

Leave A Reply

Your email address will not be published.