ଜାଗାମିଶନ ଓ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡିଶା ସରକାର ଦୁଇଟି ଜାତୀୟ ପୁରସ୍କାର ପାଇଛନ୍ତି । ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡିଶା ସ୍ଥାନ ପାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ର ଗୃହ ନିର୍ମାଣ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହିତ ଓଡିଶାକୁ ପୁରସ୍କୃତ କରିଥିଲେ । ରାଜ୍ୟ ପକ୍ଷରୁ ଗୃହ ଓ ନଗର ଉନ୍ନୟନ ପ୍ରମୁଖ ସଚିବ ଜି.ମାଥିଭାଥନନ ଏହି
ପୁରସ୍କାର ଦୁଇଟି ଗ୍ରହଣ କରିଥିଲେ । ୧୭ଟିରାଜ୍ୟରୁ ୫୪ଟି ଆବେଦନକୁ ବିଚାରାକୁ ନିଆଯାଇଥିବାବେଳେ ୫ଟି ବର୍ଗ
ମଧ୍ୟରୁ ଓଡିଶା ଦୁଇଟିରେ ପ୍ରଥମ ସ୍ଥାନ ହାସଲ କରିଛି । ଜାଗା ମିଶନ କ୍ଷେତ୍ରରେ ଆଇନ୍ର ସଫଳ ରୂପାୟନ, ନୀତି ପ୍ରଣୟନ ଏବଂ କାର୍ଯ୍ୟାନ୍ୱୟନ ପାଇଁ ଗ୍ରହଣ କରିଥିବା ଉଲ୍ଲେଖନୀୟ ପଦକ୍ଷେପ ସକାଶେ ଶ୍ରେଷ୍ଠ ରାଜ୍ୟ ପୁରସ୍କାର ପାଇଛି । ଓଡିଶା କାର୍ଯ୍ୟକାରୀ କରିଥିବା ବସ୍ତି ବାସିନ୍ଦାଙ୍କୁ ଜମିର ସତ୍ୱାଧିକାର ନିୟମ -୨୦୧୭ କାର୍ଯ୍ୟକାରୀ କରାଇବା ଏବଂ ବସ୍ତି ଉନ୍ନୟନ ସଂଘ ମାଧ୍ୟମରେ ବସ୍ତିଗୁଡିକର ବିକାଶ ପାଇଁ ଏହି ପୁରସ୍କାର ମିଳିଛି । ଗୃହ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ୱାସ୍ଥ୍ୟ ଯାନ୍ତ୍ରିକ ସଂଗଠନ ସହରାଞ୍ଚଳରେ ପାଇପ୍ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ‘ବେଷ୍ଟ ସିଭିକ ଏଜେନ୍ସି’ ପୁରସ୍କାର ପାଇଛି । ବିକେନ୍ଦ୍ରୀକରଣର ଭି.ରାମଚନ୍ଦ୍ରନଙ୍କ ସ୍ମୃତିରେ ଏହି ପୁରସ୍କାରଗୁଡିକ ପ୍ରଦାନ କରାଯାଇଥାଏ । ୫ଟି ବର୍ଗରେ ଦିଆଯାଉଥିବା ପୁରସ୍କାରଗୁଡିକ ହେଉଛି ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ପୌରସଂସ୍ଥା, ଶ୍ରେଷ୍ଠ ସିଭିକ ଏଜେନ୍ସି, ଶ୍ରେଷ୍ଠ ରାଜ୍ୟ ନିର୍ବାଚନ କମିଶନ ଏବଂ ଶ୍ରେଷ୍ଠ ରାଜ୍ୟ ଅର୍ଥକମିଶନ । ଆଜି ଏହି ପୁରସ୍କାର ମିଳିଥିବା ଯୋଗୁଁ ରାଜ୍ୟ ଗୃହ ଓ ନଗର ଉନ୍ନୟନ, ଆଇନ୍, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରତାପ ଜେନା ବିଭାଗର ପଦାଧିକାରୀମାନଙ୍କୁ ସେମାନଙ୍କର କଠିନ ପରିଶ୍ରମ ପାଇଁ ସାଧୁବାଦ ଜଣାଇଛନ୍ତି । ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତିଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶା ନଗର ଉନ୍ନୟନ ଓ ସ୍ମାର୍ଟସିଟି ମିଶନର ସଫଳତାକୁ ସମଗ୍ର ବିଶ୍ୱ ଅନୁସରଣ କରୁଛି । ଆଜିର ଏହି ପୁରସ୍କାର ବିତରଣ ଉତ୍ସବରେ ପୌର ପ୍ରଶାସକ ସଂଗ୍ରାମଜିତ ନାଏକ, ଇଆଇସି ପିଏଚ୍ ବସନ୍ତ କୁମାର ସେନାପତି ଓ ଉପଶାସନ ସଚିବ ଶାରଦା ପଣ୍ଡାଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ
ପ୍ରମୁଖ ଖବର
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ