ପ୍ରମୁଖ ଖବର

ଝାରଖଣ୍ଡ ନିର୍ବାଚନ: ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ
ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି
ସ୍ୱାଭାବିକ ହେଲା ଭୁବନେଶ୍ୱର ବିମାନସେବା
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ
ବ୍ରହ୍ମବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ
ବାତ୍ୟାରେ ଘର ଭାଙ୍ଗିଯାଇଥିବା ପରିବାରକୁ ମିଳିବ ପକ୍କା ଘର: ରାଜସ୍ବ ମନ୍ତ୍ରୀ
ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ

ନେତାଜୀଙ୍କ ନାମରେ ହେବ ବସ୍ ଟର୍ମିନାଲ

0
  • କଟକ ଖାନନଗରରେ ୧୨ ଏକର ଜମିରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ।
  • ନେତାଜୀଙ୍କ ନାମରେ ନାମିତ ହେବ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ, ବ୍ୟୟ ହେବ ୬୫ କୋଟି


କଟକ ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ । ସୂଚନାଯୋଗ୍ୟ ଯେ ଆଗାମୀ ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ।
ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର ଗୁମୁଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ କଳାକୃତି ରଖାଯିବ।

ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।  ୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, ପୋଷାକ କୋଠରୀ, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ସମନ୍ୱିତ ସୂଚନା ପରିଚାଳନା ବ୍ୟବସ୍ଥା ମଧ୍ୟ ରହିବ। ଏହି ନିର୍ମାଣ ପାଇଁ କଟକର ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସଂଚାଳନା କରିଥିଲେ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଏହି ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ।

Leave A Reply

Your email address will not be published.