ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କଟକରେ ଛାପ ଛାଡ଼ିଲେ ନବୀନ

0
  • ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
  • କ୍ୟାଣ୍ଟନମେଣ୍ଟ ରୋଡରେ ଗୋପବନ୍ଧୁଙ୍କ ଷ୍ଟାଚ୍ୟୁ ଅଫ ହ୍ୟୁମାନିଟି,
  • ବେଲ ଭ୍ୟୁ ଛକରେ ମହାତ୍ମା ଗାନ୍ଧୀଙ୍କ ମ୍ୟୁରାଲ ପ୍ରତିମୂର୍ତ୍ତି ଉନ୍ମୋଚିତ
  • ମହାତ୍ମାଗାନ୍ଧୀ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଦୃଢ ସମର୍ଥକ ଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତି ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ  ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି ।   ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି ।

ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ।   ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି ।

ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଈ  ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ଭର୍ତ୍ତୃହରି ମହତାବ, ସୁବାସ ସିଂହ କଟକ ଜିଲ୍ଲାର ବିଧାୟକ ଓ  ସମାଜ ଅନୁଷ୍ଠାନ ର କାର୍ଯ୍ୟ କର୍ତା ମାନେ ଊପସ୍ଥିତ ଥିଲେ ।

Leave A Reply

Your email address will not be published.