ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପୁଣି ମାନବିକତା ଦେଖାଇଲେ ନବୀନ

0

ଭୁବନେଶ୍ୱର: କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀ ଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଏପ୍ରିଲରୁ ବ୍ୟବହାର କରିଆସୁଥିଲେ ।

ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଚ୍ଛାପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ର କୁ ଜରୁରୀ ଭିତ୍ତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।

Leave A Reply

Your email address will not be published.