ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

୧୬ ଜିଲ୍ଲାକୁ କୋଭିଡ୍ ପରୀକ୍ଷା ପାଇଁ ୨୦ କୋଟି

0

ଭୁବନେଶ୍ବର: ରାଜ୍ୟର ୧୬ଟି ଜିଲ୍ଲାରେ ଆର୍‌ଟିପିସିଆର୍ ପରୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି, କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ।

ଏହାକୁ ଦୃଷ୍ଟିରେ ରଖି ଭଦ୍ରକ, ବୌଦ୍ଧ ,ଢେ଼ଙ୍କାନାଳ ଗଜପତି ,ଖୋର୍ଦ୍ଧା ଜଗତସିଂହପୁର ,ଯାଜପୁର କେନ୍ଦ୍ରାପଡା,ନବରଙ୍ଗପୁର, ମାଲକାନଗିରି ,ନୂଆପଡା ସୋନପୁର ,କନ୍ଧମାଳ ସୁନ୍ଦରଗଡ ରାୟଗଡ଼ା ଓ ବରଗଡ ର ସଦର ମହକୁମା ରେ ଗୋଟିଏ ଗୋଟିଏ ଆର୍‌ଟିପିସିଆ୍ ପରୀକ୍ଷା କେନ୍ଦ୍ର ଖୋଲିବ।

ପ୍ରତି ପରୀକ୍ଷା କେନ୍ଦ୍ରରେ ଜଣେ ଲେଖାଏଁ ମାଇକ୍ରୋ ବାୟୋଲୋଜିଷ୍ଟ ଓ ତିନି ଜଣ ଲାବ୍ରୋରେଟୋରି ଟେକ୍ନିସିଆନ୍‌ଙ୍କୁ ନିୟୋଜିତ କରାଯିବ।

Leave A Reply

Your email address will not be published.