ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

କେଉଁଠି କେଉଁଠି ହେବ ଝଡ଼ ବର୍ଷା, ଜାଣନ୍ତୁ

0

୨୪ ଘଣ୍ଟା ଯାଏ ଜାରି ରହିବ, ଅରେଞ୍ଜ ଓ ୟେଲୋ ଓ୍ବାର୍ଣ୍ଣିଂ ଜାରି⛈️⛈️

ଭୁବନେଶ୍ବର: ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଆଖପାଖ ଅଞ୍ଚଳରେଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ଧରି ଉତ୍ତର ଅଭ୍ୟନ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ରେକର୍ଡ ହୋଇଛି ଏବଂ ଗୋଟିଏ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

ପାଣିପାଗ ସ୍ଥିତି ସଂପର୍କରେ ଆକଳନ କରି ସାର୍ଥକ ମିଶ୍ର କହିଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଅଞ୍ଚଳ ସମେତ ରାଜ୍ୟର ଅନ୍ୟ କିଛି ଅଞ୍ଚଳରେ ଘଡ଼ଘଡ଼ି, ବଜ୍ରପାତ ସହିତ ବର୍ଷା ହୋଇପାରେ। ବାଲେଶ୍ଵର ,ଭଦ୍ରକ ,ଯାଜପୁର , କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ , କଟକ, ନୟାଗଡ଼ , ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ , ଗଜପତି , ରାୟଗଡ଼ା, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦-୫୦କିମି ରହିପାରେ। ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଆରବସାଗର ରେ ଚଳିତ ବର୍ଷ ର ପ୍ରଥମ ବାତ୍ୟା ‘ ତଉକତେ’ ସୃଷ୍ଟି ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହି କ୍ଷେତ୍ର ୧୪ ତାରିଖ ସୁଦ୍ଧା ଲଘୁଚାପ ଓ ୧୬ ତାରିଖରେ ବାତ୍ୟାର ରୂପ ନେବା ସମ୍ଭାବନା ଅଧିକ। ୧୮ ତାରିଖ ବେଳକୁ ଏହି କ୍ଷେତ୍ର ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟା ରୂପ ନେବାର ସମ୍ଭାବନାକୁ ଏଡାଇ ଦେଇ ହେବନାହିଁ।

ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଆଗକୁ ବଢିବା ସହିତ ୧୯-୨୦ ତାରିଖ ବେଳକୁ ଲ୍ୟାଣ୍ଡଫାଲ୍ କରିବାର ସମ୍ଭାବନା ରହିଛି। ତେବେ ଏହି ବାତ୍ୟା କେଉଁ ଉପକୂଳ ଲ୍ୟାଣ୍ଡ ଫାଲ୍ କରିବ ସେ ନେଇ ସ୍ପଷ୍ଟ ହୋଇପାରୁନାହିଁ। ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ , କେରଳ , ଦକ୍ଷିଣ ତାମିଲନାଡୁ, ଲାକ୍ଷାଦ୍ଵୀପରେ ବାତ୍ୟାର ପ୍ରଭାବ ଅନୁଭୂତ ହେବ।

ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାର କୌଣସି ପ୍ରଭାବ ପଡିବ ନାହିଁ।

Leave A Reply

Your email address will not be published.