ପ୍ରମୁଖ ଖବର

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୪ ଓ ୨୫ରେ ଓଡ଼ିଶା ହାଇକୋର୍ଟ ବନ୍ଦ ରହିବ, ଏଥି ପାଇଁ ନଭେମ୍ବର ୩୦ ଓ ଡିସେମ୍ବର ୭ରେ ହାଇକୋର୍ଟ ଖୋଲା ରହିବ
ବାତ୍ୟା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ
ହବିଷ୍ୟାଳିଙ୍କ ପାଇଁ ୨୪ ଓ ୨୫ ତାରିଖରେ ବନ୍ଦ ରହିପାରେ ମହାପ୍ରଭୁଙ୍କ ଦର୍ଶନ:ଜିଲ୍ଲାପାଳ
ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍‌ ବାତିଲ ଘୋଷଣା କଲା ରେଲୱେ
ବାତ୍ୟା ପ୍ରଭାବିତ ଜିଲାରେ ବନ୍ଦ ରହିବ ମଦ ଦୋକାନ ; ନଗର ଉନ୍ନୟନ ମନ୍ତ୍ରୀ
୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
ବାତ୍ୟା ‘ଦାନା’ ପାଇଁ ନନ୍ଦନକାନନ ବନ୍ଦ
ୱାୟନାଡ ପାଇଁ ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି
ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମିଳିଲା ଜାମିନ

ଏଥର ମେଡ଼ିକାଲ ଅକ୍ସିଜେନ୍ ପ୍ଲାଣ୍ଟ

0

୧୫ ଜିଲ୍ଲାରେ ୧୯ ମେଡ଼ିକାଲ ଅକ୍ସିଜେନ୍ ପ୍ଲାଣ୍ଟ ପାଇଁ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ଓଡ଼ିଶାର ୧୫ଟି ଜିଲ୍ଲାରେ ଅତିରିକ୍ତ ୧୯ଟି ପ୍ରେସର ସ୍ୱିଙ୍ଗ ଆଡ଼ଜର୍ପସନ (ପିଏସଏ) ମେଡ଼ିକାଲ ଅକ୍ସିଜେନ୍ ପ୍ଲାଣ୍ଟର ବ୍ୟବସ୍ଥା କରିବା ପାଇଁ ତରୁନ୍ତ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ୨୧ଟି ପିଏସଏ ପ୍ଲାଂଟ ସ୍ଥାପନ ହେଉଥିବା ବେଳେ ଏଭଳି ଆହୁରି ୧୫ଟି ଜିଲ୍ଲାରେ ୧୯ଟି ପିଏସଏ ପ୍ଲାଂଟ ସ୍ଥାପନା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଗତ ମାସରେ ଜନସ୍ୱାସ୍ଥ୍ୟ ସୁବିଧା ପାଇଁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତ ବର୍ଷରେ ପିଏମ କେୟାର୍ସ ଫଣ୍ଡରୁ ୫୫୧ ସମର୍ପିତ ପିଏସଏ ମେଡ଼ିକାଲ ଅକ୍ସିଜେନ ପ୍ରତିଷ୍ଠା ପାଇଁ ଜରୁରୀକାଳୀନ ମଞ୍ଜୁରୀ ଦେଇଥିଲେ। ପୂର୍ବରୁ ମଧ୍ୟ ଅତିରିକ୍ତ ୧୬୨ ପିଏସଏ ପ୍ଲା୍‌ଣ୍ଟ ସ୍ଥାପନା ପାଇଁ ଆବଣ୍ଟନ କରିଥିଲେ। ତନ୍ମଧ୍ୟରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟ ୨୧ଟି ପିଏସଏ ପ୍ଲାଣ୍ଟ ସ୍ଥାପନା ପାଇଁ ନିଷ୍ପତି ନିଆଯାଇଥିଲା। ଏଥିରୁ ଡ଼ିଆରଡ଼ିଓ ଦ୍ୱାରା ୭ଟି, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଦ୍ୱାରା ୭ଟି ଏବଂ ଭାରତ ସରକାରଙ୍କ ପିଏମ କେୟାର୍ସ ଫଣ୍ଡରୁ ୭ଟି ପିଏସଏ ପ୍ଲାଂଟ୍ ପ୍ରତିଷ୍ଠା ହେବା ପାଇଁ ନିଷ୍ପତି ନିଆଯାଇଥିଲା।

ମାତ୍ର ଓଡ଼ିଶାରେ କୋଭିଡ୍‌-୧୯ର ଦ୍ୱିତୀୟ ଲହରର ବ୍ୟାପକତା କାରଣରୁ ରାଜ୍ୟର ଆହୁରି ଅଧିକ ଜିଲ୍ଲାକୁ ସହଯୋଗର ଆବଶ୍ୟକତା ରହିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ଅତିରିକ୍ତ ୧୯ ପିଏସଏ ମେଡ଼ିକାଲ ଅକ୍ସିଜେନ ପ୍ଲାଂଟ୍ ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରେ ୨ଟି ଲେଖାଁଏ ଏବଂ କଟକ, ଦେବଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୋନପୁରରେ ଗୋଟିଏ ଗୋଟିଏ ଲେଖାଁଏ ଅକ୍ସିଜେନ୍ ପ୍ଲାଂଟ ସ୍ଥାପନା ପାଇଁ ସେ ଅନୁରୋଧ କରିଛନ୍ତି । ଏହି ପ୍ଲାଂଟ ଗୁଡ଼ିକ ପ୍ରତିଷ୍ଠା ହେଲେ ଓଡ଼ିଶାର କୋଭିଡ୍‌-୧୯ ରୋଗୀଙ୍କ ଚିକିତ୍ସାରେ ସହାୟ ହୋଇପାରିବ। ତେଣୁ ଏହି ସଂକଟ ସମୟରେ ତୁରନ୍ତ ଏଭଳି ପଦକ୍ଷେପ ନେବା ପାଇଁ ଶ୍ରୀ ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ହସ୍ତକ୍ଷେପ ଲୋଡ଼ିବାକୁ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.