ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମୁକାବିଲା ପାଇଁ ଅଣ୍ଟାଭିଡ଼ିଲେ ଅପରାଜିତା

0

ଭୁବନେଶ୍ବର: କୋଭିଡ୍ ପରିଚାଳନା ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିବା ପରେ ଏବେ ଭୁବନେଶ୍ବର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ଷଡ଼ଙ୍ଗୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଜି ସାଂସଦ ଖୋର୍ଧା ଓ ଜଟଣୀ ନିର୍ବାଚନମଣ୍ଡଳୀରେ କୋଭିଡ୍ ଟିକାକରଣ କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ ଲୋକମାନେ ସାମ୍ନା କରୁଥିବା ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝିଥିଲେ।

ସାଂସଦଙ୍କ ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ସ୍ଥାନୀୟ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲେ। ଜନାସାଧାରଣଙ୍କ ସୁବିଧା ପାଇଁ ଦଳମତ ନିର୍ବିଶେଷରେ ସମସ୍ତେ ମିଳିମିଶି ସହଯୋଗ କରିବା ପାଇଁ ସାଂସଦ ପରାମର୍ଶ ଦେଇଥିଲେ।

ସଂପ୍ରତି ରାଜନୈତିକ ନେତାମାନେ କରୋନା ଡରରେ ଥିବା ବେଳେ ସାଂସଦଙ୍କ ଏଭଳି ପଦକ୍ଷେପକୁ ସବୁ ମହଲରେ ପ୍ରଶଂସା କରାଯାଇଛି। ନିଜ ନିଜ ଅଞ୍ଚଳରେ ସ୍ବାସ୍ଥ୍ୟ ସେବାର ଯତ୍ନ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଆହ୍ବାନ ପରିପ୍ରେକ୍ଷୀରେ ସାଂସଦ ଏବେ ତାଙ୍କର କୋଭିଡ୍ ମୁକାବିଲା ଅଭିଯାନ ଆରମ୍ଭ କରିିଥିବା କୁହାଯାଉଛି।

Leave A Reply

Your email address will not be published.