ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ମୁକାବିଲା ପାଇଁ ଅଣ୍ଟାଭିଡ଼ିଲେ ଅପରାଜିତା

0

ଭୁବନେଶ୍ବର: କୋଭିଡ୍ ପରିଚାଳନା ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିବା ପରେ ଏବେ ଭୁବନେଶ୍ବର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ଷଡ଼ଙ୍ଗୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଜି ସାଂସଦ ଖୋର୍ଧା ଓ ଜଟଣୀ ନିର୍ବାଚନମଣ୍ଡଳୀରେ କୋଭିଡ୍ ଟିକାକରଣ କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ ଲୋକମାନେ ସାମ୍ନା କରୁଥିବା ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝିଥିଲେ।

ସାଂସଦଙ୍କ ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ସ୍ଥାନୀୟ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲେ। ଜନାସାଧାରଣଙ୍କ ସୁବିଧା ପାଇଁ ଦଳମତ ନିର୍ବିଶେଷରେ ସମସ୍ତେ ମିଳିମିଶି ସହଯୋଗ କରିବା ପାଇଁ ସାଂସଦ ପରାମର୍ଶ ଦେଇଥିଲେ।

ସଂପ୍ରତି ରାଜନୈତିକ ନେତାମାନେ କରୋନା ଡରରେ ଥିବା ବେଳେ ସାଂସଦଙ୍କ ଏଭଳି ପଦକ୍ଷେପକୁ ସବୁ ମହଲରେ ପ୍ରଶଂସା କରାଯାଇଛି। ନିଜ ନିଜ ଅଞ୍ଚଳରେ ସ୍ବାସ୍ଥ୍ୟ ସେବାର ଯତ୍ନ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଆହ୍ବାନ ପରିପ୍ରେକ୍ଷୀରେ ସାଂସଦ ଏବେ ତାଙ୍କର କୋଭିଡ୍ ମୁକାବିଲା ଅଭିଯାନ ଆରମ୍ଭ କରିିଥିବା କୁହାଯାଉଛି।

Leave A Reply

Your email address will not be published.