ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଜୀବନ ଆଗ, ଆଉସବୁ ପଛ

0
  • ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ
  • ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ – ମୁଖ୍ୟମନ୍ତ୍ରୀ

ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା ।ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ବହୁ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।

ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.