ପ୍ରମୁଖ ଖବର

କଂଗ୍ରେସ ଆଜି ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା: ୩ଟି ଲୋକସଭା ଓ ୧୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା
ସୁନ୍ଦରଗଡ଼ରେ ପ୍ରଚଣ୍ଡ ରୌଦ୍ରତାପ: ଅଂଶୁଘାତରେ ୨୮ ଆକ୍ରାନ୍ତ, ଡାକ୍ତରଖାନାରେ ଭର୍ତ୍ତି
ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍‌, ୨୧ ଯବାନ ଆହତ
ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ
ବାଲେଶ୍ବର ଜିଲ୍ଲା ନୀଳଗିରି ଚିକିତ୍ସାଳୟ ସମ୍ମୁଖରେ କ୍ଷୀର ଗାଡ଼ି ଧକ୍କାରେ କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ, ମୃତକ ଛୋଟକାନପୁର ଅଞ୍ଚଳ ଲକ୍ଷ୍ମୀଧର ଜେନା ଏବଂ ତାଙ୍କର ବୟସ ୫୫ ବୋଲି ସୂଚନା ମିଳୁଛି
ମହାନଦୀ ଡଙ୍ଗାବୁଡ଼ି ଘଟଣା: ମିଳିଲା ଆଉ ୩ ଜଣଙ୍କ ମୃତଦେହ, ଏବେବି ୪ ନିଖୋଜ

ଅସନ୍ତୋଷ ଝାଡ଼ିଲା ବିଜେଡି, କହିଲା ଡାହା ଗପ କହିଲେ ଅପରାଜିତା

0


ଭୁବନେଶ୍ୱର: ବିଜେପି ନେତ୍ରୀ ତଥା ସାଂସଦ ଅପରାଜିତା ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ ନୀତି ଆୟୋଗଙ୍କ ଏସ୍‌ଡିଜି ରିପୋର୍ଟରେ ଓଡ଼ିଶାର ମୂଲ୍ୟାୟନକୁ ନେଇ ମତ ରଖିବା ପରେ ବିଜେଡି ଆଉ ଏକ ସାମ୍ବାଦିକ ସମ୍ମିଳନୀ କରି ଅସନ୍ତୋଷ ଝାଡିଛି। ଅପରାଜିତାଙ୍କ ମତରୁ ସ୍ପଷ୍ଟ ବାରିହେଲା ଯେ ଏହା ତାଙ୍କର ଏକପ୍ରକାରର ପ୍ରଳାପ।ବିଜେପି ନେତ୍ରୀଙ୍କ ପାଇଁ ଏହି ଏସ୍‌ଡିଜ ହେଉଛି ‘ସବୁ ଡାହା ଗପ’। ଏହି ରିପୋର୍ଟକୁ ନେଇ ରାଜନୀତିକରଣ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜେଡି ସାଂସଦ ଓ ଦଳର ରାଷ୍ଟ୍ରୀୟ ମୁଖପାତ୍ର ଡ. ଅମର ପଟ୍ଟନାୟକ।

ଡ. ପଟ୍ଟନାୟକ କହିଛନ୍ତି ଯେ କୋଭିଡ ଟିକା ଭଳି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରୁ ନଜର ହଟେଇବାକୁ ଅପଚେଷ୍ଟା କରିଥିଲେ ବି ଏଥିରେ ସେ ଗୁରୁତର ଭାବରେ ଅସଫଳ ହୋଇଛନ୍ତି। ଆଜି ଯେତେବେଳେ ଭାରତବର୍ଷର ଛାତ୍ରଛାତ୍ରୀମାନେ କୋଭାକ୍‌ସିନ ଟିକା ନେଲାପରେ ମଧ୍ୟ ଅନ୍ୟ ରାଷ୍ଟ୍ରମାନେ ଏହି ଟିକାକୁ ଅଗ୍ରାହ୍ୟ କରୁଛନ୍ତି ଓ ଭାରତୀୟ ଛାତ୍ରଛାତ୍ରୀଙ୍କର ବିଦେଶରେ ଥିବା ବିଶ୍ୱବିଦ୍ୟାଳୟମାନଙ୍କରେ ଯୋଗ ଦେବାରେ ଅସୁବିଧା ଉପୁଜୁଛି, ସେତେବେଳେ ଏହି ପ୍ରକାରର ପ୍ରସଙ୍ଗ ଏବଂ ଦ୍ରୁତ ଟିକାକରଣ ଉପରେ ଜୋର ଦେବା ବଦଳରେ ଏକ ରିପୋର୍ଟକୁ ନେଇ ବିଜେପି ରାଜନୀତି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।

ଏସ୍‌ଡିଜି ରିପୋର୍ଟ ଅନୁଯାଇ ଓଡିଶା ଦୁଇ ବର୍ଷ ମଧ୍ୟରେ ୨୨ତମ ସ୍ଥାନରୁ ଉତ୍ତୀର୍ଣ୍ଣ ହୋଇ ଭାରତବର୍ଷରେ ୧୯ତମ ସ୍ଥାନରେ ପହଞ୍ଚିଛି । ରିପୋର୍ଟରେ କେନ୍ଦ୍ର ସରକାରଙ୍କ ଯୋଜନାକୁ ଆଖି ବୁଜି ଅଧିକ ନମ୍ବର ଦିଆଯାଇଥିବାବେଳେ, ଓଡ଼ିଶାର ମିଶନ ଶକ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ମମତା ଯୋଜନା ଭଳି ଅତି ସଫଳ ଓ ଜନପ୍ରିୟ ଯୋଜନାକୁ ମୂଲ୍ୟାୟନରେ ସମ୍ପୂର୍ଣ ଅଣଦେଖା କରାଯାଇଛି। ଶିଳ୍ପାୟନ କ୍ଷେତ୍ରରେ ଓଡିଶାକୁ ୨୦୧୯ରେ ୯୨ ପ୍ରତିଶତ ନମ୍ବର ଦିଆଯାଇଥିବାବେଳେ ଏ ବର୍ଷ ୦(ଶୂନ) ଦିଆହୋଇଛି। ୨୦୨୦ରେ ସମଗ୍ର ଦେଶରେ ଶିଳ୍ପାୟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗରେ ଓଡିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲାବେଳେ ୨୦୨୦ରେ କାହିଁକି ୦(ଶୂନ) ମାର୍କ ଦିଆଗଲା ବୋଲି ଡ.ପଟ୍ଟନାୟକ ପ୍ରଶ୍ନ କରିଛନ୍ତି।

ଓଡ଼ିଶାରେ ବ୍ୟାଙ୍କ ସେବା ଏବେ ବି ଗ୍ରାମାଞ୍ଚଳରେ ପହଞ୍ଚିପାରିନାହିଁ । କିନ୍ତୁ ଏହି ରିପୋର୍ଟରେ ଓଡ଼ିଶାରେ ବ୍ୟାଙ୍କ ସେବାକୁ ୯୯ ପ୍ରତିଶତ ନମ୍ବର ଦିଆଯାଇଛି। ଏହି ପ୍ରସଙ୍ଗରେ ବି ବିଜେପି ନେତ୍ରୀ ଆଜି ତାଙ୍କର ସାମ୍ବାଦିକ ସମ୍ବିଳନୀରେ ମୁହଁ ଖୋଲିନାହାନ୍ତି। ରେଳବାଇ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିଲାବେଳେ ଏହି ରିପୋର୍ଟରେ ତାହାର ଉଲ୍ଲେଖ ନାହିଁ। ସ୍ୱାଧୀନତା ପରଠାରୁ ଆଜି ପର୍ଯ୍ୟନ୍ତ ଓଡ଼ିଶାର ୬ଟି ଜିଲ୍ଲାରେ ରେଳ ସେବା ପହଞ୍ଚି ପାରିନାହିଁ । ହେଲେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ରିପୋର୍ଟରେ ସ୍ଥାନ ଦିଆଯାଇନାହିଁ ।

କେବଳ ସେତିକି ନୁହେଁ, ଓଡ଼ିଶାରେ ମୋବାଇଲ ଓ ଇଣ୍ଟରନେଟ୍‍ ସେବା ଦୁର୍ଗମ ଅଞ୍ଚଳମାନଙ୍କରେ ଏବେ ବି ଅପହଞ୍ଚ। କିନ୍ତୁ ଏହି ରିପୋର୍ଟରେ ୨୦୧୯ରେ ଇଣ୍ଟରନେଟ୍‍ ସଂଯୋଗକୁ ୧୨୩ ପ୍ରତିଶତ ନମ୍ବର ଦିଆଯାଇ ଥିବାବେଳେ ୨୦୨୦ରେ ଅତି ଆକସ୍ମିକ ଭାବରେ ୪୪ ପ୍ରତିଶତକୁ ଖସାଇ ଦିଆଯାଇଛି । ଏହି ଭଳି ଭାବେ ଏସ୍‌ଡିଜି ରିପୋର୍ଟକୁ ନେଇ ଆଜି ସାଂସଦ ଯାହାସବୁ ଦର୍ଶାଇଛନ୍ତି ତାହା ‘ସବୁ ଡାହା ଗପ’ ଗପିଛନ୍ତି ବୋଲି ବିଜେଡିର ରାଷ୍ଟ୍ରୀୟ ପ୍ରବକ୍ତା କହିଛନ୍ତି।

Leave A Reply

Your email address will not be published.