ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଉଠା ଦୋକାନୀଙ୍କ ପାଇଁ କୋଭିଡ୍ ପ୍ୟାକେଜ୍

0
  • ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କରୋନା କାଳରେ ଜୀବନ ଜୀବିକା ବିପଦରେ ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠା ଦୋକାନୀଙ୍କ ପାଇଁ ଆଜି ଏକ ପ୍ୟାକେଜ୍ ଘୋଷଣା କରିଛନ୍ତି। ଆଜି ଏ ସଂକ୍ରାନ୍ତରେ ଶ୍ରୀ ପଟ୍ଟନାୟକ ବିଧିବଦ୍ଧ ଘୋଷଣା କରିଛନ୍ତି।

ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ। । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକ୍‌ଡାଉନ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି ।

ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ।

Leave A Reply

Your email address will not be published.