ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଉଠା ଦୋକାନୀଙ୍କ ପାଇଁ କୋଭିଡ୍ ପ୍ୟାକେଜ୍

0
  • ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କରୋନା କାଳରେ ଜୀବନ ଜୀବିକା ବିପଦରେ ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠା ଦୋକାନୀଙ୍କ ପାଇଁ ଆଜି ଏକ ପ୍ୟାକେଜ୍ ଘୋଷଣା କରିଛନ୍ତି। ଆଜି ଏ ସଂକ୍ରାନ୍ତରେ ଶ୍ରୀ ପଟ୍ଟନାୟକ ବିଧିବଦ୍ଧ ଘୋଷଣା କରିଛନ୍ତି।

ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ। । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକ୍‌ଡାଉନ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି ।

ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ।

Leave A Reply

Your email address will not be published.