ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

କୋଭିଡ ପରିଚାଳନା ପାଇଁ ୨୫ କୋଟି ଟଙ୍କାର ସହାୟତା

0

  • ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର
    କୋଭିଡ ଚିକିତ୍ସା ଉପକରଣ ଲୋକଙ୍କ ସେବାରେ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ
  • ଜରୁରୀକାଳୀନ ଚିକିତ୍ସା ଉପକରଣ କିଣିବା ପାଇଁ
    ପଶ୍ଚିମ ଓଡିଶା ବିକାଶ ପରିଷଦ ଦ୍ବାରା ଯୋଗାଇ ଦିଆଯିବ
  • ପଶ୍ଚିମ ଓଡିଶାରେ କୋଭିଡ ଚିକିତ୍ସା ଭିତ୍ତିଭୂମି ସୁଦୃଢ ହେବ
  • ସମସ୍ତଙ୍କ ମିଳିତ ଉଦ୍ୟମରେ ଆମେ ଏ ସଂକଟରୁ ଖୁବ ଶୀଘ୍ର ମୁକ୍ତ ହେବା – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା। ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି ।ଏହି ଅର୍ଥ ଦ୍ବାରା ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡ, ଝାରସୁଗୁଡା, ବୌଦ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣା ଯାଇଛି। ଭେଣ୍ଟିଲେଟର, ଅକ୍‌ସିଜେନ୍‌ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରି କହିଛନ୍ତି ଯେ ସମସ୍ତଙ୍କ ମିଳିତ ଉଦ୍ୟମରେ ଆମେ ଖୁବ ଶୀଘ୍ର ଏ ସଂକଟରୁ ମୁକ୍ତ ହେବୁ । ପଶ୍ଚିମ ଓଡିଶାରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ, ମୁଖ୍ୟମନ୍ତ୍ରୀ ଏହାର ସବୁ ଶ୍ରେୟ ପଶ୍ଚିମ ଓଡିଶାର ଜନସାଧାରଣଙ୍କୁ ଦେଇଛନ୍ତି । ଆଗଧାଡିରେ ରହି କାମ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନବାଡୀ ଓ ଆଶାକର୍ମୀ ସମସ୍ତଙ୍କୁ ଶ୍ରେୟ ଦେଇ ସେମାନଙ୍କ ତ୍ୟାଗ ଓ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଆଗକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ଆଶାପ୍ରକାଶ କରିଛନ୍ତି।

ପଶ୍ଚିମ ଓଡିଶା ବିକାଶ ପରିଷଦ, ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବାପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପରିଷଦ ଯେପରି ଅଧିକ ବିକାଶ କାମ କାର୍ଯ୍ୟକାରୀ କରିପାରିବ, ସେଥିପାଇଁ ଅଧିକ ପାଣ୍ଠି ଦିଆଯାଉଛି। ବିକାଶ ପରିଷଦ ଏହାର ଦାୟିତ୍ବ ସଫଳ ଭାବରେ ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି । ଅକ୍‌ସିଜେନ ଯୋଗାଣରେ ଓଡିଶା ନୂଆ ପରିଚୟ ସୃଷ୍ଟି କରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏ ସଂକଟ ସମୟରେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ – ଏହା ଆମର ସିଦ୍ଧାନ୍ତ ବୋଲି ପ୍ରକାଶ କରି ପ୍ରତ୍ୟେକ ଲୋକ ଯେପରି ଉତ୍ତମ ଚିକିତ୍ସା ସେବା ପାଇପାରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଗ୍ରାମ୍ୟ ଉନ୍ନୟମ ମନ୍ତ୍ରୀ ଶ୍ରୀ ସୁଷାନ୍ତ ସିଂହ, ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ଉପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀ ଏବଂ ସାଂସଦ ଓ ବିଧାୟକ ମାନେ ଯୋଗ ଦେଇଥିଲେ।ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ।

Leave A Reply

Your email address will not be published.