ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଏବର୍ଷ କଣ୍ଢେଇ ଖେଳିବ ଦୋଳି

0
  • ରଜ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଓଟିଡିସି ଆରମ୍ଭ କଲା ‘ପିଠା ଅନ୍ ହ୍ୱିଲ୍‌’
  • ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ମିଳିବ ପିଠା

ଭୁବନେଶ୍ୱର : କୋଭିଡ-୧୯ ସଂକ୍ରମଣ ଆଶଙ୍କା ମଧ୍ୟରେ ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି। ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସଂସ୍ଥା ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦେବ। ଓଡ଼ିଶାର ଏହି ସାଂସ୍କୃତିକ ଗଣପର୍ବ ରଜ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ବିଶେଷକରି ମା’, ଝିଅମାନେ ଓ ଓଟିଡିସି କର୍ମଚାରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଆଜି ଏହି କାର୍ଯ୍ୟକ୍ରମକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଉଦଘାଟନ କରିଥିଲେ। ଶ୍ରୀମତୀ ମିଶ୍ର ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା ପାଠ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରଜ ଓଡ଼ିଶାର ସାଂସ୍କୃତିକ ଗଣପର୍ବ। ବସୁଧା, ପ୍ରକୃତି ଓ ନାରୀଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଅନନ୍ୟ ପରମ୍ପରା। ସମାଜ ପାଇଁ ନାରୀର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବାର ପର୍ବ। ରଜପର୍ବ ପାଳନ ଅବସରରେ ଓଟିଡିସିର ପାନ୍ଥନିବାସ ଓ ମିସନ ଶକ୍ତି ମା’ମାନଙ୍କ ସହାୟତାରେ ଆୟୋଜନ କରାଯାଉଥିବା ‘ପିଠା ଅନ୍ ହ୍ୱିଲ୍‌’ ଉପକ୍ରମକୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଏହାସହିତ ସମସ୍ତେ କୋଭିଡ୍ କଟକଣା ମାନି ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କଲେ କୋଭିଡ୍ ସଂକ୍ରମଣରୁ ଦୂରେଇ ରହିହେବ।

ଏହି ଅବସରରେ ଶ୍ରୀମତୀ ମିଶ୍ର ସମସ୍ତଙ୍କୁ କୋଭିଡ୍‌-୧୯ ଗାଇଡଲାଇନକୁ ମାନି ଘରେ ସୁରକ୍ଷିତ ରହି ଆମ ମହାନ ପରମ୍ପରା ପ୍ରତୀକ ରଜପର୍ବକୁ ପାଳନ କରି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିପାରିବା ବୋଲି ପରାମର୍ଶ ଦେଇଥିଲେ। କୋଭିଡ୍‌-୧୯ କଟକଣାକୁ ମାନି ସାଧାରଣ ଲୋକଙ୍କ ନିକଟରେ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ପିଠା ପହଂଚାଇବାକୁୂ ପାନ୍ଥନିବାସ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ। ପାନ୍ଥନିବାସ ଓ ମିସନ ଶକ୍ତିର ମା’ମାନଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହାଇଜେନିକ୍ ପକ୍ରିୟାରେ ହାତ ତିଆରି ପ୍ରସ୍ତୁତ ଏହି ଓଡ଼ିଆ ସୁସ୍ୱାଦୁ ବିଭିନ୍ନ ପିଠା ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଲୋକମାନଙ୍କ ଦ୍ୱାରା ଆଦୃତ ହେବ ବୋଲି ଶ୍ରୀମତୀ ମିଶ୍ର ଆଶାବ୍ୟକ୍ତ କରିଥିଲେ।

ଏହି ଅବସରରେ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର. ଯାଦବ କହିଥିଲେ ଯେ, କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରାଯାଉଛି । ପାନ୍ଥନିବାସରେ କେବଳ ପ୍ରତୀକାତ୍ମକ ଦୋଳି ରହିବ। କୌଣସି କାର୍ଯ୍ୟକ୍ରମ କରାଯିବ ନାହିଁ। କିନ୍ତୁ ଗତବର୍ଷ ଭଳି ଏଥର ମଧ୍ୟ ‘ପିଠା ଅନ୍ ହ୍ୱିଲ’ ମାଧ୍ୟମରେ ସୁସ୍ୱାଦୁ ପିଠା ଯୋଗାଇ ଦିଆଯିବ।

ରାଜଧାନୀ ଭୁବନେଶ୍ୱରର ୬ଟି ସ୍ଥାନରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଏହି ପିଠା ମିଳିବ। ମାଷ୍ଟରକ୍ୟାଣ୍ଟିନ ଛକ, ଖଣ୍ଡଗିରି ଛକ, ସିଆରପି ଛକ, ପଟିଆ ଛକ, ଚନ୍ଦ୍ରଶେଖର ପୁର ଓ ରୂପାଲି ଛକରେ ପାନ୍ଥନିବାସ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ‘ପିଠା ଅନ୍ ହ୍ୱିୁଲ୍‌’ ମାଧ୍ୟମରେ ଏହି ପିଠା ବିକ୍ରି କରାଯିବ। ଏଠାରେ ମଧ୍ୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ମାସ୍କ ଉପଲବ୍ଧ ହେବ।

ଗତବର୍ଷ ୧୧ଲକ୍ଷ ଟଙ୍କାର ପିଠା ବ୍ୟବସାୟ ହୋଇଥିଲା। କେବଳ ଭୁବନେଶ୍ୱର ନୁହେଁ ସମ୍ବଲପୁର ପାନ୍ଥନିବାସ ପକ୍ଷରୁ ମଧ୍ୟ ଅନୁରୂପ ‘ପିଠା ଅନ ହ୍ୱିଲ୍‌’ ମାଧ୍ୟମରେ ସୁସ୍ୱାଦୁ ରଜ ପିଠା ବିକ୍ରି କରାଯିବ। ଏହି ପିଠା ବିକ୍ରି ନିମନ୍ତେ ସ୍ୱତନ୍ତ୍ର ମୋବାଇଲ ଫୋନ୍ ନମ୍ବର ଜାରି କରାଯାଇଛି। ଏହି ନମ୍ବର ଓଟିଡିସି ସୋସିଆଲ ମିଡିଆ ପେଜ୍‌ରେ ମଧ୍ୟ ଉପଲବ୍ଧ ଅଛି। ଭୁବନେଶ୍ୱର,ସମ୍ବଲପୁର ଓ କଟକ ପାନ୍ଥନିବାସରେ ସ୍ୱତନ୍ତ୍ର କାଉଣ୍ଟର ଖୋଲା ଯାଇ ଏହି ପିଠା ବିକ୍ରି କରାଯିବ ବୋଲି ସେ କହିଛନ୍ତି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଓଟିଡିସିର ବରିଷ୍ଠ ପଦାଧିକାରୀଙ୍କ ସମେତ ଭୁବନେଶ୍ୱର ପାନ୍ଥନିବାସର କର୍ମଚାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.