ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

0
  • ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦ୍ଘାଟନ
  • ତୃତୀୟ ଲହରର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରୁହ – ମୁଖ୍ୟମନ୍ତ୍ରୀ
  • ପୁଣି ନିବେଦନ କଲେ ମୁଖ୍ୟମନ୍ତ୍ରୀ – ଡବଲ ମାସ୍କ ପିନ୍ଧନ୍ତୁ, ଟିକା ନିଶ୍ଚୟ ନିଅନ୍ତୁ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ହେଉଛି – ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି PSA Plantର ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି PSA Plant ଦ୍ବାରା ମିନିଟ୍‌ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଥିଲେ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍‌ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି` ।ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଶ୍ରୀ ନବ ଦାସ, ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଶ୍ରୀ ସମୀର ଦାଶ, ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.