ପ୍ରମୁଖ ଖବର

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ
ବିଜେଡି ପ୍ରତିଷ୍ଠା ଦିବସରେ ମୁଖପାତ୍ର ଈପ୍ସିତା ସାହୁଙ୍କୁ ଶକ୍ତ ଚାପୁଡା ମାରିଲେ ମହିଳା ନେତ୍ରୀ
ବିଦାୟ ନେଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ
ଜିରୋ ନାଇଟ ସେଲିବ୍ରେସନ ବେଳେ ଡ୍ରଙ୍କ ଆଣ୍ଡ୍ ଡ୍ରାଇଭ ଉପରେ ରହିବ ନଜର
ଖଢଡିଆଳରୁ ବିପୁଳ ପରିମାଣରେ ବଜ୍ରକାପ୍ତା କାତି ଜବତ, ୩ ଶିକାରୀ ଗିରଫ
ଆସନ୍ତା ବର୍ଷ ହେବ କଲେଜ୍ ନିର୍ବାଚନ : ମୁଖ୍ୟମନ୍ତ୍ରୀ

ପିତୃ ଦିବସରେ ନବୀନ ଦେଲେ ‘ଆଶୀର୍ବାଦ’

0
  • ବାପା , ମା’ ବା ପରିବାରର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇଥିବା ଶିଶୁ ମାନଙ୍କ ପାଇଁ ନୂଆ ଯୋଜନା
  • ଉଭୟ ପିତା ମାତା ତଥା ଜଣଙ୍କୁ ହରାଇ ଥିବା ପିଲାଙ୍କୁ ମିଳିବ ମାସିକ ପଚିଶ ଶହ ଟଙ୍କା
  • କେବଳ ମୁଖ୍ୟ ଉପାର୍ଜନ କାରୀ ବାପା ବା ମା’ ଜଣକୁ ହରାଇ ଥିବା ପିଲାଙ୍କୁ ମାସିକ ପନ୍ଦର ଶହ ଟଙ୍କା
  • ଜଣେ ବି ଅସହାୟ ଶିଶୁ ଯେପରି ବାଦ୍ ନ ପଡେ ସେଥିପାଇଁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ଜିଲ୍ଲାପାଳ କରିବେ ପ୍ରତିବର୍ଷ ସ୍ଵତନ୍ତ୍ର ଅଭିଯାନ, ୧୮ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ଦାୟିତ୍ବ ନେଇଗଲେ ସରକାର

ଭୁବନେଶ୍ୱର: ଗତ ଏପ୍ରିଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା ,ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ଥିବା ପିଲା ମାନଙ୍କ ଶିଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ‘ଆଶୀର୍ବାଦ’ ଘୋଷଣା କରିଛନ୍ତି। ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନିଟି ବର୍ଗରେ ବିଭକ୍ତ କରାଯାଇଛି ।ବାପା ,ମା ଉଭୟଙ୍କୁ ହରାଇ ଥିବା ପିଲା, ଜଣେ ଅର୍ଥାତ୍ ବାପା କିମ୍ବା ମାଆଙ୍କୁ ହରାଇଥିବା ଥିବା ପିଲା ଏବଂ ଉପାର୍ଜନକାରୀ ବାପା ବା ମା ଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା ଏହିଭଳି ବିଭକ୍ତ କରାଯାଇଛି।

ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲାମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

‘ଆଶୀର୍ବାଦ’ ଯୋଜନା ଅନୁଯାୟୀ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ,ଓ ସ୍ବାସ୍ଥ୍ୟ ପାଇଁ ମାସିକ ୨୫୦୦ଟଙ୍କା ଜମା କରାଯିବ । ପିଲାକୂ ୧୮ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲାକୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆ ଯିବ ନାହିଁ। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ। ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ ।

ବାପା ମା’ଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ।ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି ,ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ। ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ ,କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ। ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲାପାଳ ସହଯୋଗ ଯୋଗାଇ ଦେବେ। ଉଚ୍ଚ ଶିଷା ପାଇଁ ପିଲା କୁ ରାଜ୍ୟ ସରକାର ଙ୍କ ଗ୍ରିନ୍ ପ୍ୟାସେଜ ଯୋଜନାରେ ସହଯୋଗ ଯୋଗାଇ ଦିଆଯିବ ।

ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳ କୁ ଦୃଷ୍ଟିରେ ରଖି ତାଙ୍କୁ ପ୍ରାଥମିକତା ଭିତ୍ତିରେ ଘର ମଞୁର କରାଯିବ। ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ। ପିଲାଙ୍କ ସମ୍ପତ୍ତି ର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ ।

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲାର ଦାୟିତ୍ୱ ନେଇଥିବା ଆତ୍ମୀୟ ଙ୍କ ସହ ନିୟମିତ ଯୋଗାଯୋଗ ରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ। ବିଜୁ ଶିଶୁ ସୁରକ୍ଷା ଯୋଜନା ଓ ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରୁ ଆବଶ୍ୟକ ସ୍ଥଳେ ଏ ପିଲା ମାନଙ୍କୁ ସହାୟତା ମିଳିପାରିବ ।

ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟ ଙ୍କ ପାଖରେ ନ ରହି କୋୖଣସି ଶିଶୁ ସୁରକ୍ଷା ଗୃହରେ ରୁହନ୍ତି ତେବେ ସେ ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା ପ୍ରତି ମାସରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ। ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ। ପିଲାର ଶିଷା ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରାଯିବ ।

ଯେଉଁ ଷେତ୍ରରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା’ ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ। ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା ର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ। ପିଲାକୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ ଷେତ୍ରରେ ଆଉ ସହାୟତା ମିଳିବ ନାହିଁ ।

ପିଲାର ମା’ ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ। ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ। ଏତଦ୍ବ୍ୟତୀତ ମାଗଣା ଶିଷା ସ୍ଵାସ୍ଥ୍ୟ ଵୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ବା ଚାଇଲ୍‌ଡ ଲାଇନ ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି frontline worker civil society ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ।

ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ଙ୍କୁ ଆବେଦନ କରିପାରିବେ। ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ ସ୍ବତନ୍ତ୍ର ଅଭିଯାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.