ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଗୋ-ଖାଦ୍ୟ ପାଇଁ ଦୁଗ୍ଧ ଚାଷୀ ପାଇବେ ୬ହଜାର

0
  • ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା
  • ଉପକୃତ ହେବେ ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ

ଭୁବନେଶ୍ବର: ଓମ୍‌ଫେଡ ଦୁଗ୍‌ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ସହାୟତାରେ ପ୍ରତି ଦୁଗ୍‌ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ ଉପକୃତ ହେବେ।

ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି। ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି। ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍‌ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରି ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍‌ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।

Leave A Reply

Your email address will not be published.