ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିନା ପରୀକ୍ଷାରେ ପାସ ହାର ରେକର୍ଡ କଲା

0

ଭୁବନେଶ୍ୱର: ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ପାସ ହାର ରହିଛି ୯୭.୮୯ ପ୍ରତିଶତ । ଯାହା ବୋର୍ଡ ଇତିହାସରେ ରେକର୍ଡ । ସବୁ ବର୍ଷର ପାସହାରକୁ କାଟିଦେଇଛି ଚଳିତବର୍ଷର ପାସହାର ।

ଅପରାହ୍ନ ୪ଟାରେ କଟକ ବୋର୍ଡ ଅଫିସରରୁ ରେଜଲ୍ଟ ପ୍ରକାଶ କରିଛନ୍ତି ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । ରାଜ୍ୟରେ ପାସ୍ ହାର ସର୍ବକାଳୀନ ରେକର୍ଡ ଛୁଇଁଥିବା ବେଳେ ପୁଅଙ୍କ ତୁଳନାରେ ଆଗରେ ରହିଛନ୍ତି ଝିଅ । ସେହିପରି ଏକ୍ସ ରେଗୁଲାର ଫଳାଫଳ ୮୮. ୩୦ ପ୍ରତିଶତ ରହିଛି।

ଚଳିତ ବର୍ଷ ମୋଟ ୫,୭୪,୧୨୫ ପିଲାଙ୍କ ମଧ୍ୟରୁ ପାସ୍ କରିଛନ୍ତି ୫, ୬୨, ୦୧୦ ଛାତ୍ରଛାତ୍ରୀ । ସେମାନଙ୍କ ମଧ୍ୟରେ ଅଛନ୍ତି ୨ ଲକ୍ଷ ୮୦ ହଜାର ୩୫୨ ଜଣ ପୁଅ ଓ ୨ ଲକ୍ଷ ୮୧ ହଜାର ୬୫୮ ଜଣ ଝିଅ । ୭୭୦୩ ଛାତ୍ର-ଛାତ୍ରୀ ଫେଲ୍ ହୋଇଛନ୍ତି । ସେହିପରି ୪୪୧୨ ପିଲା ଅନୁପସ୍ଥିତ ଥିବା ବେଳେ ୨୨୫୬ ପିଲାଙ୍କ ମାର୍କ ଦେଇ ନାହାନ୍ତି ସ୍କୁଲ କର୍ତ୍ତୃପକ୍ଷ ।

ଏ୧ ଗ୍ରେଡ୍ ପାଇଥିବା ଛାତ୍ର-ଛାତ୍ରୀଙ୍କ ସଂଖ୍ୟା ରହିଛି ୨୬୫୬ । ଏ ୨ ଗ୍ରେଡ ପାଇଥିବା ଛାତ୍ର-ଛାତ୍ରୀଙ୍କ ସଂଖ୍ୟା ୨୨,୧୩୧ ରହିଥିବା ବେଳେ ବି୧ ଗ୍ରେଡ ପାଇଥିବା ଛାତ୍ର-ଛାତ୍ରୀଙ୍କ ସଂଖ୍ୟା ୫୨,୧୯୯ ରହିଛି। ସେହିପରି ବି୨ ଗ୍ରେଡରେ ଅଛନ୍ତି ୯୪,୪୭୫ ଛାତ୍ର-ଛାତ୍ରୀ। ସେହିପରି ୧,୩୭,୦୧୪ ଜଣ ‘ସି’ ଗ୍ରେଡ୍ରେ ପାସ୍ କରିଥିବା ବେଳେ ୧,୫୧,୬୩୯ ଜଣ ‘ଡି’ ଗ୍ରେଡ୍ ଓ ୧,୦୧,୭୯୬ ଜଣ ‘ଇ’ ଗ୍ରେଡ୍ ପାଇଛନ୍ତି। ୫ ହଜାର ୯୪୫ଟି ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍ କରିଛନ୍ତି। ତେବେ ଏଥର କୌଣସି ସ୍କୁଲ ଶୂନ୍ୟ ରେଜଲ୍ଟ କରିନାହିଁ।

ସେହିପରି ଚଳିତ ବର୍ଷ ଏକ୍ସରେଗୁଲାରରେ ୫୩, ୨୭୯ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୭, ୦୬୦ ଜଣ ପାସ୍ କରିଛନ୍ତି। ଅର୍ଥାତ୍ ଚଳିତ ବର୍ଷ ଏକ୍ସରେଗୁଲାରରେ ପାସ୍ ହାର ୮୮.୩୦ ପ୍ରତିଶତ ରହିଛି।

ଯଦି କୌଣସି ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷା ଫଳକୁ ନେଇ ଅସନ୍ତୁଷ୍ଟ ଥାନ୍ତି କରୋନା ସ୍ଥିତି ସ୍ୱାଭାବିକ ହେଲା ପରେ ପରୀକ୍ଷା ଦେଇପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ କହିଛନ୍ତି । ଏଥିପାଇଁ ଜୁଲାଇ ୫ ତାରିଖରୁ ଫର୍ମ ଫିଲପ ଆରମ୍ଭ ହେବ ।

Leave A Reply

Your email address will not be published.