ପ୍ରମୁଖ ଖବର

ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ସମ୍ ଦେଉଛି କୋଭିସିଲ୍ଡ ଟିକା

0

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକୁ ସବୁଠାରୁ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସେବା ଓ ସୁବିଧାକୁ ଦୃଷ୍ଟିରେ ରଖି କୋଭିସିଲ୍ଡ ଟିକା ପ୍ରଦାନ କରାଯାଉଛି। ସେରମ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡ ଟିକାକୁ ଜନସାଧାରଣ କୋ-ୱିନ ଆପର ପଞ୍ଜୀକରଣ କରି ପାରିବେ କିମ୍ବା ସିଧାସଳଖ ଆସି ସମ୍ ହସ୍ପିଟାଲରେ ନେଇ ପାରିବେ ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସମ୍ ହସ୍ପିଟାଲରେ ଗତ ଜୁନ୍ ୧୭ ତାରିଖରୁ ଏହି କୋଭିସିଲ୍ଡ ଟିକାକରଣ ପ୍ରକ୍ରିୟା ଆରମ୍ଭ କରାଯାଇଛି। ସରକାରଙ୍କର ପକ୍ଷରୁ ନିର୍ଦ୍ଧାରିତ ନିୟମ ଅନୁଯାୟୀ ଏହି ଟିକାକରଣ କରାଯାଉଛି ବୋଲି ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ୍‌ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ସୂଚନା ଦେଇଛନ୍ତି।ପ୍ରତ୍ୟେକ ଡୋଜର ମୂଲ୍ୟ ୭୮୦ ଟଙ୍କା ଧାର୍ଯ୍ୟ କରାଯାଇଛି ଯାହାକି ସରକାରଙ୍କ ଦ୍ୱାରା ନିର୍ଦ୍ଧାରଣ କରାଯାଇଥିବା ମୂଲ୍ୟ ଅଟେ। ଏହି ନିର୍ଦ୍ଧାରିତ ମୂଲ୍ୟରୁ କୌଣସି ଅଧିକ ଟଙ୍କା ନିଆଯାଉନାହିଁ ବୋଲି ପ୍ରଫେସର ସାମନ୍ତସିଂହାର କହିଛନ୍ତି।

ଟିକାକରଣ ନେଇ ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ସବୁବେଳେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଭାରତର ଯେଉଁ କେତୋଟି କେନ୍ଦ୍ରରେ କୋଭାକ୍ସିନ ଟୀକା ଟ୍ରାଏଲ୍ କରାଯାଇଥିଲା ସେଥିମଧ୍ୟରୁ ଅନ୍ୟତମ ଥିଲା ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ। ଜାନୁଆରି ୧୬ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶବ୍ୟାପି ଟିକାକରଣର ଶୁଭାରମ୍ଭ କରିଥିବାବେଳେ ସମ୍ ହସ୍ପିଟାଲରେ ମଧ୍ୟ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜାନୁଆରିରୁ ମେ’ ମାସ ମଧ୍ୟରେ ପ୍ରାୟ ୨୦
ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ କୋଭାକ୍ସିନ ଟିକା ପ୍ରଦାନ କରାଯାଇଥିବା ସୂଚନା ଦେଇଛନ୍ତି ସମ୍ ହସ୍ପିଟାଲର ଟିକାକରଣର ନୋଡାଲ ଅଫିସର ତଥା କମ୍ୟୁନିଟି ମେଡିସିନ ବିଭାଗର ପ୍ରଫେସର ଡ. ଲିପିଲେଖା ପଟ୍ଟନାୟକ। କୋଭିଡ ମହାମାରୀକୁ ପ୍ରତିହିତ କରିବା ପାଇଁ ଟୀକାକରଣ ହିଁ ଏକମାତ୍ର ଅସ୍ତ୍ର । ତେଣୁ ସମସ୍ତ ଜନସାଧାରଣ ଟିକା ଗ୍ରହଣ କରିବା ଉଚିତ ବୋଲି ପ୍ରଫେସର ପଟ୍ଟନାୟକ କହିଛନ୍ତି। ସମ୍ ହସ୍ପିଟାଲରେ ଟିକାକରଣ ପ୍ରକ୍ରିୟାରେ ପ୍ରଫେସର ପଟ୍ଟନାୟକ, କମ୍ୟୁନିଟି ମେଡିସିନର ଆସିଷ୍ଟାଣ୍ଟ ପ୍ରଫେସର ଡ. ସୁଧାଂଶୁ ଶେଖର ଲେଙ୍କା ଏବଂ ଶିଶୁରୋଗ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡ. ବ୍ରଜକିଶୋର ବେହେରା ସାମିଲ୍‌ ଅଛନ୍ତି।

Leave A Reply

Your email address will not be published.