ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ସମ୍ ଦେଉଛି କୋଭିସିଲ୍ଡ ଟିକା

0

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକୁ ସବୁଠାରୁ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସେବା ଓ ସୁବିଧାକୁ ଦୃଷ୍ଟିରେ ରଖି କୋଭିସିଲ୍ଡ ଟିକା ପ୍ରଦାନ କରାଯାଉଛି। ସେରମ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡ ଟିକାକୁ ଜନସାଧାରଣ କୋ-ୱିନ ଆପର ପଞ୍ଜୀକରଣ କରି ପାରିବେ କିମ୍ବା ସିଧାସଳଖ ଆସି ସମ୍ ହସ୍ପିଟାଲରେ ନେଇ ପାରିବେ ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସମ୍ ହସ୍ପିଟାଲରେ ଗତ ଜୁନ୍ ୧୭ ତାରିଖରୁ ଏହି କୋଭିସିଲ୍ଡ ଟିକାକରଣ ପ୍ରକ୍ରିୟା ଆରମ୍ଭ କରାଯାଇଛି। ସରକାରଙ୍କର ପକ୍ଷରୁ ନିର୍ଦ୍ଧାରିତ ନିୟମ ଅନୁଯାୟୀ ଏହି ଟିକାକରଣ କରାଯାଉଛି ବୋଲି ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ୍‌ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ସୂଚନା ଦେଇଛନ୍ତି।ପ୍ରତ୍ୟେକ ଡୋଜର ମୂଲ୍ୟ ୭୮୦ ଟଙ୍କା ଧାର୍ଯ୍ୟ କରାଯାଇଛି ଯାହାକି ସରକାରଙ୍କ ଦ୍ୱାରା ନିର୍ଦ୍ଧାରଣ କରାଯାଇଥିବା ମୂଲ୍ୟ ଅଟେ। ଏହି ନିର୍ଦ୍ଧାରିତ ମୂଲ୍ୟରୁ କୌଣସି ଅଧିକ ଟଙ୍କା ନିଆଯାଉନାହିଁ ବୋଲି ପ୍ରଫେସର ସାମନ୍ତସିଂହାର କହିଛନ୍ତି।

ଟିକାକରଣ ନେଇ ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ସବୁବେଳେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଭାରତର ଯେଉଁ କେତୋଟି କେନ୍ଦ୍ରରେ କୋଭାକ୍ସିନ ଟୀକା ଟ୍ରାଏଲ୍ କରାଯାଇଥିଲା ସେଥିମଧ୍ୟରୁ ଅନ୍ୟତମ ଥିଲା ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ। ଜାନୁଆରି ୧୬ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶବ୍ୟାପି ଟିକାକରଣର ଶୁଭାରମ୍ଭ କରିଥିବାବେଳେ ସମ୍ ହସ୍ପିଟାଲରେ ମଧ୍ୟ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜାନୁଆରିରୁ ମେ’ ମାସ ମଧ୍ୟରେ ପ୍ରାୟ ୨୦
ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ କୋଭାକ୍ସିନ ଟିକା ପ୍ରଦାନ କରାଯାଇଥିବା ସୂଚନା ଦେଇଛନ୍ତି ସମ୍ ହସ୍ପିଟାଲର ଟିକାକରଣର ନୋଡାଲ ଅଫିସର ତଥା କମ୍ୟୁନିଟି ମେଡିସିନ ବିଭାଗର ପ୍ରଫେସର ଡ. ଲିପିଲେଖା ପଟ୍ଟନାୟକ। କୋଭିଡ ମହାମାରୀକୁ ପ୍ରତିହିତ କରିବା ପାଇଁ ଟୀକାକରଣ ହିଁ ଏକମାତ୍ର ଅସ୍ତ୍ର । ତେଣୁ ସମସ୍ତ ଜନସାଧାରଣ ଟିକା ଗ୍ରହଣ କରିବା ଉଚିତ ବୋଲି ପ୍ରଫେସର ପଟ୍ଟନାୟକ କହିଛନ୍ତି। ସମ୍ ହସ୍ପିଟାଲରେ ଟିକାକରଣ ପ୍ରକ୍ରିୟାରେ ପ୍ରଫେସର ପଟ୍ଟନାୟକ, କମ୍ୟୁନିଟି ମେଡିସିନର ଆସିଷ୍ଟାଣ୍ଟ ପ୍ରଫେସର ଡ. ସୁଧାଂଶୁ ଶେଖର ଲେଙ୍କା ଏବଂ ଶିଶୁରୋଗ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡ. ବ୍ରଜକିଶୋର ବେହେରା ସାମିଲ୍‌ ଅଛନ୍ତି।

Leave A Reply

Your email address will not be published.