ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଅଧିକ ସଂକ୍ରମଣ ଥିବା ଜିଲ୍ଲାକୁ ଜଗ: ନବୀନ

0
  • ସଂକ୍ରମଣ ଅଧିକ ଥିବା ଜିଲ୍ଲାରେ କୋଭିଡ ନିୟମ କଡାକଡି ପାଳନ ନିର୍ଦେଶ
  • ଘରକୁ ଘର ସର୍ଭେକୁ ଆହୁରି ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
  • ଟିକାକରଣ ଓ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଉପରେ ବିଶେଷ ଗୁରୁତ୍ବ ଦେଲେ

ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା ଉଚିତ୍। ଏହାସହିତ ଘରକୁ ଘର ବୁଲି ଚାଲିଥିବା ସର୍ଭେ କାର୍ଯ୍ୟକ୍ରମ ଦ୍ବାରା କୋଭିଡ ତଥା ଅନ୍ୟନ୍ୟ ରୋଗୀ ମାନଙ୍କର ଚିହ୍ନଟ ଏବଂ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇପାରୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହାକୁ ଆହୁରି ଗୁରୁତର ସହ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ।

ତୃତୀୟ ଲହରରେ ପ୍ରସ୍ତୁତି ସ୍ବରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ତଥା ଡାକ୍ତରମାନଙ୍କର ଏ ସଂପର୍କିତ ତାଲିମକୁ ପ୍ରାଥମିକତା ଦେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସେହିପରି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଅକ୍‌ସିଜେନ ପ୍ଲାଣ୍ଟ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟକ୍ଷମ ହୋଇପାରିବ, ତାହା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶୀଘ୍ର ଟିକାକରଣ ଆଗାମୀ କିଛି ମାସ ପାଇଁ ଆମର ମୁଖ୍ୟ ଫୋକସ ହୋଇରହିବ। ବର୍ତ୍ତମାନ ଆମେ ଦୈନିକ ୩ ଲକ୍ଷ ଲୋକଙ୍କୁ ଟିକା ଦେଉଛୁ ବୋଲି ପ୍ରକାଶ କରି ଟିକା କେନ୍ଦ୍ର ମାନଙ୍କରେ ବିଭିନ୍ନ ସୁବିଧାର ବିକାଶ ପାଇଁ ଜିଲ୍ଲାପାଳ ମାନେ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । କୋଭିଡ ନିୟମ ସଂପର୍କରେ ଲୋକମାନଙ୍କୁ ବାରମ୍ବାର ସଚେତନ କରିବା ଉପରେ ସେ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଭିଡ ନ ଯିବା ଆଦି କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ।

ସମୀକ୍ଷାରେ ଯୋଗ ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ରାଜ୍ୟର ଦକ୍ଷିଣ ଓ ପଶ୍ଚିମାଞ୍ଚଳର ୧୭ଟି ଜିଲ୍ଲାରେ ଆଂଶିକ ଅନ୍‌ଲକ୍‌ ପରେ ମଧ୍ୟ କୋଭିଡ କେସ୍‌ରେ କୌଣସି ବୃଦ୍ଧି ହୋଇନାହିଁ । କିନ୍ତୁ ଉପକୂଳ ଓ ଉତ୍ତର ଓଡିଶାର ଅଭିବକ୍ତ ପୁରୀ, କଟକ, ବାଲେଶ୍ବର ଓ ମୟୁରଭଂଜ ଆଦି ଜିଲ୍ଲା ମାନଙ୍କରେ ସଂକ୍ରମଣ ହାର ଅଧିକ ଥିବାରୁ ଅଧିକ ସତର୍କ ଦୃଷ୍ଟି ରଖାଯାଇଛି। ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଥିଲେ ଯେ ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାରେ ସଂକ୍ରମଣ ହାର ଏକ ପ୍ରତିଶତରୁ ତଳେ ଥିବାବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ୯-୧୫ ପ୍ରତିଶତ ରହୁଥିବାରୁ ଏହା ଉପରେ ଅଧିକ ଫୋକସ କରାଯାଇଛି। ଜୁଲାଇ ୧୫ ବେଳକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ଏହି ସମୀକ୍ଷା ବୈଠକରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ

Leave A Reply

Your email address will not be published.