ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ଭିଜିଲାନ୍ସ୍ ଆଇଜି ଭାବେ ଦାୟିତ୍ବ ନେଲେ ଅସିତ୍ ପାଣିଗ୍ରାହୀ

0

ଭୁବନେଶ୍ବର: ୧୯୯୭ ବ୍ୟାଚର ବରିଷ୍ଠ ଆଇ.ପି.ଏସ. (ଭାରତୀୟ ପୋଲିସ ସେବା) ଅଧିକାରୀ ଅସିତ୍ ପାଣିଗ୍ରାହୀ ଭିଜିଲାନ୍ସ (ଦୁର୍ନୀତି ନିବାରଣ ବିଭାଗ) ଆଇଜି ଭାବେ ଆଜି ଅପରାହ୍ନରେ ଭିଜିଲାନ୍ସ ନିର୍ଦ୍ଦେଶାଳୟରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଶ୍ରୀ ପାଣିଗ୍ରାହୀ ପୂର୍ବରୁ ଅଗ୍ନିଶମ ବିଭାଗ, ରାଜ୍ୟ ପୁଲିସ ମୁଖ୍ୟାଳୟ, କ୍ରାଇମବ୍ରାଞ୍ଚ ଓ ପୂର୍ବାଞ୍ଚଳ ରେଞ୍ଜ ଆଇ.ଜି ଭାବରେ ସଫଳତାର ସହିତ କାର୍ଯ୍ୟ କରିଛନ୍ତି।

ଶ୍ରୀ ପାଣିଗ୍ରାହୀ ମାଲକାନଗିରି, ଅନୁଗୁଳ, ପୁରୀ, କେନ୍ଦୁଝର, ସମ୍ବଲପୁର ଓ ଯାଜପୁରରେ ଏସପି ଭାବରେ କାର୍ଯ୍ୟକରି ସୁନାମ ଅର୍ଜନ କରିଛନ୍ତି। ଜଣେ ଦକ୍ଷ ପୁଲିସ ଅଫିସର୍ ଭାବରେ ୨୦୧୬ ମସିହାରେ ସେ ରାଷ୍ଟ୍ରପତି ପଦକରେ ସମ୍ମାନିତ ହୋଇଛନ୍ତି।

Leave A Reply

Your email address will not be published.