ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଟିକା ସଂପର୍କରେ କେନ୍ଦ୍ର ସରକାର ଦେଲେ ନୂଆ ତଥ୍ୟ

0

ନୂଆଦିଲ୍ଲୀ: ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩.୨୮ କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି। ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି। ସରକାର କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା ୪୫,୯୫୧ ରହିଛି। ସେହିଭଳି ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା ୫ ଲକ୍ଷ ୩୭ ହଜାର ୬୪କୁ ହ୍ରାସ ପାଇଛି। ସକ୍ରିୟ ମାମଲା ମୋଟ ମାମଲାର ୧.୭୭ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ ୨ କୋଟି ୯୪ ଲକ୍ଷ ୨୭ ହଜାର ୩୩୦ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୬୦ ହଜାର ୭୨୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। କ୍ରମାଗତ ୪୮ ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି । ସୁସ୍ଥତା ହାର ୯୬.୯୨ ପ୍ରତିଶତକୁ ବୃଦ୍ଧି ପାଇଛି।

ସେହିଭଳି ସାପ୍ତାହିକ ପଜିଟିଭିଟି ହାର ୫ ପ୍ରତିଶତ ତଳକୁ ଖସିଯାଇଛି। ବର୍ତ୍ତମାନ ଏହା ୨.୬୯ ପ୍ରତିଶତରେ ରହିଛି। ଦୈନିକ ପଜିଟିଭିଟି ହାର ୨.୩୪ ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ ୨୩ ଦିନ ମଧ୍ୟରେ ୫ ପ୍ରତିଶତରୁ କମ୍ ରହିଛି। ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୧.୦୧ କୋଟି ପରୀକ୍ଷା କରାଯାଇଛି ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି।

କେନ୍ଦ୍ର ସରକାର ଆହୁରି କହିଛନ୍ତି ଯେ ଜୁନ ୨୧, ୨୦୨୧ରୁ ସାର୍ବଜନୀନ କୋଭିଡ-୧୯ ଟିକାକରଣର ନୂତନ ପର୍ଯ୍ୟାୟ ଆରମ୍ଭ ହୋଇଛି। ନୂତନ ପର୍ଯ୍ୟାୟ କୋଭିଡ-୧୯ ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ ୭୫ ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି। ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୩୨.୧୩ କୋଟି ଡୋଜରୁ ଅଧିକ (୩୨,୧୩,୭୫,୮୨୦) ଟିକା ଉପଲବ୍ଧ କରାଇଛନ୍ତି। ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୩୧,୪୦,୭୫,୬୫୪ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।
ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ ୭୩ ଲକ୍ଷ (୭୩,୦୦,୧୬୬) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି।
ଏହା ବ୍ୟତୀତ, ବର୍ତ୍ତମାନ ୨୪,୬୫,୯୮୦ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

Leave A Reply

Your email address will not be published.