ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

୩୦ରୁ କୋଭିଡ୍‌ କଟକଣାରେ ମାଟ୍ରିକ୍ ପରୀକ୍ଷା

0

ଭୁବନେଶ୍ବର: ଜୁଲାଇ ୩୦ ତାରିଖରୁ ମାଟ୍ରିକ୍ ଅଫ୍‌ଲାଇନ୍ ପରୀକ୍ଷା ହେବ। ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ରାଜ୍ୟରେ ବିନା ପରୀକ୍ଷାରେ ଫଳ ପ୍ରକାଶନକୁ ନେଇ ଅସନ୍ତୋଷ ସୃଷ୍ଟି ହେବା ପରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏଭଳି ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ବୋର୍ଡ ପକ୍ଷରୁ କୁହାଯାଇଥିଲା ଯେ ଜୁଲାଇ ପାଞ୍ଚ ତାରିଖରୁ ୧୪ ତାରିଖ ମଧ୍ୟରେ ପରୀକ୍ଷା ପାଇଁ ଆଗ୍ରହୀ ଛାତ୍ରଛାତ୍ରୀମାନେ ଫର୍ମ ଫିଲଅପ୍‌ କରିପାରିବେ। ସମସ୍ତ ପରୀକ୍ଷା ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କୋଭିଡ୍ ନିୟମାବଳୀ ଅନୁଯାୟୀ ଅନୁଷ୍ଠିତ ହେବ।

ଉଲ୍ଲେଖଥାଉକି, ପରୀକ୍ଷା ଫଳ ପ୍ରକାଶ ପରଠାରୁ ବିଭିନ୍ନ ଜିଲ୍ଲାରେ ଛାତ୍ରଛାତ୍ରୀମାନେ ଅସନ୍ତୋଷ ପ୍ରକାଶ କରିଆସୁଥିଲେ। କିଛି ସ୍ଥାନରେ ସେମାନେ ବିକ୍ଷୋଭ କରିଥିବା ବେଳେ ଆଉ କିଛି ଅଞ୍ଚଳରେ ଅଭିଭାବକମାନେ ରାସ୍ତାକୁ ଓହ୍ଲାଇ ଆସିଥିଲେ। ଏହାକୁ ଦୃଷ୍ଟିରେ ରଖି ବୋର୍ଡ ଗୋଟିଏ ସାମ୍ବାଦିକ ସମ୍ମିଳନୀ କରି ସ୍ପଷ୍ଟୀକରଣ ଦେଇ ମୂଲ୍ୟାୟନରେ କୌଣସି ତ୍ରୁଟି ହୋଇନାହିଁ ବୋଲି କହିଥିଲେ। କେବଳ ସେତିକି ନୁହେଁ, ଯେଉଁମାନେ ଏହି ନମ୍ବରରେ ଅସନ୍ତୁଷ୍ଟ ଅଛନ୍ତି, ସେମାନେ ଆଉଥରେ ପରୀକ୍ଷା ଦେବା ପାଇଁ କହିଥିଲେ।

Leave A Reply

Your email address will not be published.