ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

କ୍ରିଷନ ଜଣାଇଲେ ରଥ ପ୍ରସ୍ତୁତି

0

ପୁରୀ: ମହାମାରୀ କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବିନା ଭକ୍ତରେ ହେଉଥିବା ବେଳେ କେବେଳ ସେବାୟତ ଟାଣିବେ ମହାପ୍ରଭୁଙ୍କ ତିନି ରଥ । ଛତିଶା ନିଯୋଗ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡାକ୍ତର କ୍ରିଷନ କୁମାର । ଗତବର୍ଷ ଭଳି କେବଳ ସେବାୟତ ମାନେ ହିଁ ଟାଣିବେ ରଥ । ଏଥିପାଇଁ ପ୍ରଶାସନ ପକ୍ଷରୁ ସେବାୟତ ମାନଙ୍କୁ ଟିକାକରଣ କରାଯିବା ସହିତ ସେମାନଙ୍କୁ ମାସ୍କ, ସାନିଟାଇଜର ଏବଂ ଗାମୁଛା ଯୋଗାଇ ଦିଆଯିବ ।

ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି, ଜିଲ୍ଲା ପ୍ରଶାସନର କୌଣସି ଅଧିକାରୀମାନେ ରଥ ଟାଣିବେ ନାହିଁ। ସେହିପରି ରଥଟଣା ବେଳେ ସେବାୟତମାନଙ୍କୁ ମୋବାଇଲ ଓ କ୍ୟାମେରା ଧରିବା ମନା। ରଥଯାତ୍ରା ବେଳେ ସେବାୟତମାନେ ଫଟୋ ଉଠାଇ ପାରିବେ ନାହିଁ । ବଡଦାଣ୍ଡ ଓ ସିଂହଦ୍ବାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ବିଶ୍ରାମର ବ୍ୟବସ୍ଥା ହେବ । କୋଭିଡ୍ କଟକଣା ମଧ୍ୟରେ ଚଳିତ ବର୍ଷ ରଥଯାତ୍ରା ଆୟୋଜନ ନେଇ ସରକାରଙ୍କ ନିର୍ଦ୍ଦେଶ ରହିଛି ।

ରଥଯାତ୍ରା ପାଇଁ ପୁରୀ ସହରକୁ ୧୨ଟି ଜୋନ ଓ ବଡ଼ଦାଣ୍ଡକୁ ତିନିଟି ଜୋନରେ ବିଭକ୍ତ କରାଯିବ ବୋଲି ପୁରୀ ଏସପି କେ ବିଶାଳ ସିଂ ସୂଚନା ଦେଇଛନ୍ତି। ଏଥିସହ ପ୍ରାୟ ୭୦ ପ୍ଲାଟୁନ୍ ଫୋର୍ସ ଏଥର ମୁତୟନ ହେବେ। ବଡ଼ଦାଣ୍ଡର ଉଭୟ ପାର୍ଶ୍ୱର ଘର, ଲଜ୍ ଏବଂ ହୋଟେଲ ଛାତରେ ରଥଯାତ୍ରା ଦେଖିବା ଉପରେ କଟକଣା ଲାଗିଛି । ଛାତ ଉପରୁ ରଥଯାତ୍ରା ଦେଖିପାରିବେନି ଲୋକେ । ଆଜି ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ସ୍ପଷ୍ଟ କରିଥିଲେ।

Leave A Reply

Your email address will not be published.