ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବଦଳିଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ

0

ଭୁବନେଶ୍ବର: ରାଜ୍ୟ ସରକାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି କ୍ରମେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ବରୁ ପ୍ରମୁଖ ଶାସନ ସଚିବ ପାହ୍ୟାର ଅଧିକାରୀ ତଥା ୧୯୯୫ ମସିହା ବ୍ୟାଚ୍‌ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ଏହି ବିଭାଗ ଦାୟିତ୍ବରୁ ଅବ୍ୟାହତି ଦେଇଛନ୍ତି। ତାଙ୍କ ସ୍ଥାନରେ ଗୃହ ଓ ନଗର ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇଙ୍କୁ ଏହି ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି। ଡ. ଦଳାଇ କାର୍ଯ୍ୟରେ ଯୋଗଦେବା ପରେ ଶ୍ରୀ ସେଠୀ ଏହି ପଦରୁ ମୁକ୍ତ ହେବେ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏଠାରେ ଉଲ୍ଲେଖଥାଉକି, ଶ୍ରୀ ସେଠୀ ଏବେ ଗୁରୁତ୍ବପୂର୍ଣ୍ଣ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଅଛନ୍ତି। ଏହା ସହିତ ସେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ ନିର୍ବାହ କରୁଛନ୍ତି।

Leave A Reply

Your email address will not be published.