ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଅବତରଣ ବେଳେ ଜଳିଗଲା ବିମାନ

0

ମାନିଲା: ଫିଲିଫାଇନ୍ସରେ ସେନାର ଏକ ବିମାନ ବଡ ଧରଣର ଦୁର୍ଘଟଣା ହୋଇଛି। ଯେତେବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ସେତେବେଳେ ବିମାନରେ ୮୫ ଜଣ ଯାତ୍ରୀ ଥିଲେ । ବିମାନରେ ଥିବା ୮୫ ଜଣଙ୍କ ମଧ୍ୟରୁ ୧୫ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । କି ଦକ୍ଷିଣ ଫିଲିପାଇନ୍ସରେ ଦୁର୍ଘଟଣା ହୋଇଥିବା ଫିଲପାଇନ୍ସ ସେନା ପ୍ରମୁଖ ସିରିଲିଟେ ସୋବେଜନା କହିଛନ୍ତି।

ଆଜି ସକାଳେ ଫିଲିପାଇନ୍ସ ବାୟୁସେନାର ସି-୧୩୦ ବିମାନଟି ପାଟିକୁଲ ନିକଟରେ ଦୁର୍ଘଟଣା ହୋଇଛି । ବିମାନଟି ଯେତେବେଳେ ସୁଲୁ ପ୍ରାନ୍ତ ଜିଲ୍ଲା ଦ୍ୱୀପ ନିକଟରେ ଅବତରଣ କରିବାକୁ ଚେଷ୍ଟା କରୁଥିଲା ସେହି ସମୟରେ ବିମାନରେ ନିଆଁ ଲାଗିଯାଇଥିଲା । ବିମାନଟି ତଳକୁ ଉହ୍ଲାଇବା ବେଳକୁ ପୁରା ବିମାନରେ ନିଆଁ ଲାଗିସାରିଥିଲା । ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ନିଆଁ ଲିଭାଇବାକୁ ଚେଷ୍ଟା କରିବା ସହ ବିମାନ ମଧ୍ୟରେ ଫଶିଥିବା ଲୋକମାନଙ୍କ ମଧ୍ୟରୁ ୧୫ ଜଣଙ୍କୁ ଉଦ୍ଧାର କରିଛି। ବିମାନରେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନାହିଁ ।

Leave A Reply

Your email address will not be published.