ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଚିନ୍ତା ବଢ଼ାଇଲାଣି ଟ୍ବିନ୍ ସିଟି

0

ଆଜି ବି ମୃତ୍ୟୁ ସଂଖ୍ୟା ୫୦ ଉପରେ, ବୁଲୁଛନ୍ତି କେନ୍ଦ୍ରୀୟ ଟିମ୍

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହାର ଗତ ଦୁଇ ଦିନ ହେବ ୪ ପ୍ରତିଶତ ତଳକୁ ଖସିଛି। ଆଜି (ଗତ ୨୪ ଘଣ୍ଟା ରିପୋର୍ଟ ଆଧାରରେ) ସଂକ୍ରମଣ ହାର ରହିଛି ୩.୯୩%। ଦିନକରେ ୨୫ ଶହ ତଳକୁ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ (ପାଖାପାଖି ୧୧୧ ଦିନ ପରେ) ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ହେଲେ ଗତକାଲି ପରି ଆଜି ମଧ୍ୟ ମୃତ୍ୟୁ ସଂଖ୍ୟା ୫୦ ଉପରେ ରହିଛି । ଜୁଲାଇ ମାସର ୬ ଦିନରେ ୨୮୧ ମୁଣ୍ଡ ନେଲା ମହାମାରୀ । ସେହିପରି ଖୋର୍ଦ୍ଧା ଓ କଟକରୁ ମଧ୍ୟ ସଂକ୍ରମଣ କମିବାର ନାଁ ନେଉନି । କେଉଁଦିନ କଟକରୁ ସର୍ବାଧିକ ପଜଟିଭ ଚିହ୍ନଟ ହେଲେ, କେଉଁଦିନ ଖୋର୍ଦ୍ଧା । ଯାହା ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି।

ସଂକ୍ରମଣ ଖସୁଛି କିନ୍ତୁ ମୃତ୍ୟୁ ସଂଖ୍ୟା ବଢୁଛି । ଦିନକରେ ୫୧ ଜଣଙ୍କ କରୋନାରେ ଜୀବନ ଯାଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ହୋଇଛି। ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଜଣ ଲେଖାଁଏ ମୃତ୍ୟୁ ହୋଇଥିବା ବେଳେ କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି। ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୨୯୯ରେ ପହଞ୍ଚିଥିବା ବେଳେ ଭୟ ବଢାଇଛି ପ୍ରତିଦିନ ଏତେ ସଂଖ୍ୟାର ମୃତ୍ୟୁ।

ଗତ ୨୪ ଘଣ୍ଟାରେ ୬୩ ହଜାର ୧୮୪ କରୋନା ନମୁନା ପରୀକ୍ଷା ହୋଇଛି ଓ ୨୪ ଶହ ୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ସର୍ବାଧିକ ୪୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୫୭, ମୟୂରଭଞ୍ଜରୁ ୧୦୩, ପୁରୀରୁ ୧୫୪, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୨୦୨, ବରଗଡ଼ରୁ ୨୨, ଭଦ୍ରକରୁ ୧୧୩, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୧୨, ଦେବଗଡ଼ରୁ ୯, ଢେଙ୍କାନାଳରୁ ୫୯, ଗଜପତିରୁ ୧୧, ଗଞ୍ଜାମରୁ ୧୪, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ରେ ପହଞ୍ଚିଛି।

ସେପଟେ କରୋନା ସ୍ଥିତି ସମୀକ୍ଷା ନେଇ ଗତକାଲିଠୁ ଓଡିଶାରେ ପହଞ୍ଚିସାରିଛି କେନ୍ଦ୍ରୀୟ ଟିମ । ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ ଏହି ଟିମ ପରିଦର୍ଶନ କରିବ। କୋଭିଡ ପରିଚାଳନା କିପରି ହେଉଛି,ଦୈନିକ କେତେ ନମୁନା ପରୀକ୍ଷା ହେଉଛି,ବାସ୍ତବରେ କେତେ ମୃତ୍ୟୁ ହେଉଛି , ସେ ସବୁର ଟିକିନିଖି ତଦାରଖ କରିବ ଏହି ଟିମ୍।

Leave A Reply

Your email address will not be published.