ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ରଥଯାତ୍ରାରେ ଛେରା ପହଁରା କରିବେ ଗଜପତି

0

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବ ରଥଯାତ୍ରା ଦିନ ଛେରା ପହଁରା କରିବେ। ଆଜି ନିଜେ ଗଜପତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମହାରାଜା କହିଛନ୍ତି ଯେ ସ୍ନାନ ଯାତ୍ରାକୁ ନ ଯାଇ ଆମେ ରଥଯାତ୍ରାକୁ ଯିବାକୁ ନିଷ୍ପତ୍ତି ନେଇଛୁ। ଆମ ଦୃଷ୍ଟିରୁ ରଥଯାତ୍ରା ହେଉଛି ମହାପ୍ରଭୁଙ୍କର ମୁଖ୍ୟ ପର୍ବ। ତାହାକୁ ଆମେ ମୁଖ୍ୟସ୍ଥାନରେ ରଖିଛୁ। ସେହିଭଳି ମହାପ୍ରଭୁ ଚାହିଁଲେ ବାହୁଡା ଯାତ୍ରାକୁ ମଧ୍ୟ ଯିବୁ ବୋଲି ମଧ୍ୟ ଗଜପତି କହିଛନ୍ତି। ଏଥିସହିତ ରଥଯାତ୍ରା ପ୍ରସଙ୍ଗରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତିକୁ ମଧ୍ୟ ଗଜପତି ସ୍ବାଗତ କରିଛନ୍ତି।

କୋଭିଡ୍ କଟକଣା କାରଣରୁ ଏଥର ବି ବିନା ଭକ୍ତରେ ମହାପ୍ରଭୁଙ୍କର ରଥଯାତ୍ରା ଅନୁଷ୍ଠିତ ହେଉଛି। ସ୍ନାନ ଯାତ୍ରାରେ ଗଜପତି ମହାରାଜାଙ୍କ ପରିବର୍ତ୍ତେ ମୁଦିରସ୍ତ ଛେରା ପହଁରା କରିଥିଲେ।

ଉଲ୍ଲେଖଯୋଗ୍ୟ, ମହାପ୍ରଭୁ ଆରୋଗ୍ୟ ଲାଭ କରିବା ସହିତ ଚକା ବିଜେ କରିଛନ୍ତି।। ଏହି ଶୁଭ ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଆଜି ଦଇତାପତି ଓ ବିଦ୍ୟାପତି ମାନେ ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ର କୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିଥିଲେ। ଦଇତାପତି ସେବକମାନେ ଏକ ରୁପା ଥାଳିରେ ପାଟବସ୍ତ୍ର ପକାଇ ମହାପ୍ରଭୁଙ୍କ କରାଳ ଚନ୍ଦନ ‘ରାଜପ୍ରସାଦ’କୁ ଶ୍ରୀନଅରକୁ ନେଇ ମହାପ୍ରଭୁଙ୍କ ସୁସ୍ଥତା ସଂପର୍କରେ ଅବଗତ କରାଇଥିଲେ। ପରେ ଗଣମାଧ୍ୟମକୁ ଗଜପତି ଛେରାପହଁରା ସଂପର୍କରେ ଅବଗତ କରାଇଥିଲେ।

Leave A Reply

Your email address will not be published.