ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୁସ୍ଥ ହେଲେ ମହାପ୍ରଭୁ

0

ପୁରୀ: ସ୍ନାନ କରି ଜ୍ବରରେ କମ୍ପୁଥିବା ମହାପ୍ରଭୁଙ୍କ ସ୍ବାସ୍ଥ୍ୟରେ ବଡ଼ ଉନ୍ନତି ଆସିଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ ଠାକୁର, ଦେବୀ ସୁଭଦ୍ରା ଓ ସୁଦର୍ଶନ ସମସ୍ତେ ସୁସ୍ଥ ହୋଇଛନ୍ତି।ଶତାଧିକ ଦଇତାପତି ମହାପ୍ରଭୁଙ୍କ ସେବାରେ ଲାଗିଥିଲେ। ଫୁଲୁରି ତେଲ ଓ ଦଶମୂଳ ବି ଲାଗି କରାଯାଇଥିଲା। ଆଜି ଏହି ଶୁଭ ଖବର ଦଇତାପତିମାନେ ଗଜପତି ମହାରାଜାଙ୍କୁ ଜଣାଇବେ। ଆଜି ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ।

ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଚକା ବିଜେ କରିଛନ୍ତି। ଏହି ଶୁଭ ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ମାନେ ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ର କୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ।ଦଇତାପତି ସେବକମାନେ ଏକ ରୁପା ଥାଳିରେ ପାଟବସ୍ତ୍ର ପକାଇ ‘ରାଜପ୍ରସାଦ’କୁ ଶ୍ରୀନଅରକୁ ନେବେ। ସେଠାରେ ଗଜପତି ମହାରାଜ ପ୍ରସାଦ ସେବନ ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ସୁସ୍ଥତା ସଂପର୍କରେ ଅବଗତ କରାଇବେ।

ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ଶ୍ରୀଜିଉଙ୍କୁ ଶ୍ରୀବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା। ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଲାଗି ପରେ ଜ୍ୱରରୁ ସୁସ୍ଥ ଅନୁଭବ କରିଛନ୍ତି ମହାପ୍ରଭୁ। ଶ୍ରୀମନ୍ଦିର ଅଣସର ଘରେ ସୋମବାର ଖଳିଲାଗି କରାଯାଇଛି। ସୁସ୍ଥ ହେବା ପରେ ପ୍ରଭୁଙ୍କୁ ଫୁଲ ଓ ତୁଳସୀ ଲାଗି କରାଯାଇଛି।

Leave A Reply

Your email address will not be published.