ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

0
  • ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
  • ରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି
  • ମହାପ୍ରଭୁଙ୍କ ନୀତିକାନ୍ତି ଓ କୋଭିଡ ନିୟମ ପାଳନକୁ ଗୁରୁତ୍ବ

ଭୁବନେଶ୍ବର: ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣା ଯାଇଛି। ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା ସୁଚାରୁ ରୂପେ ପାଳିତ ହେବ ଏବଂ ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି। ସାରା ବିଶ୍ଵ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ। ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର । ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ।

କୋଭିଡ଼ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡର ଦ୍ଵିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁ ରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ। ବୈଠକରେ ଯୋଗ ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରୀ ନବ ଦାସ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ଵ ଦିଆଯାଇ ସ୍ଵତନ୍ତ୍ର ବ୍ୟବସ୍ତା କରାଯାଇଛି ବୋଲି କହିଥିଲେ । ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀ ମାନଙ୍କ ପାଇଁ କୋଭିଡ଼ ଟେଷ୍ଟ, ଟୀକାକରଣ ବ୍ୟବସ୍ତା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ ମେଡିକାଲ ଏଡ ପୋଷ୍ଟ ଏବଂ ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ତା କରାଯାଇଛି ବୋଲି କହିଥିଲେ।

ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ଆଶା ପ୍ରକାଶ କରିଥିଲେ। ଏ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ପାଳିତ ହେବ ବୋଲି ଆଶା ପ୍ରକାଶ କରିଥିଲେ। ବୈଠକରେ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ପୁଲିସ ମହାନିର୍ଦ୍ଦେଶକଅଭୟ ଜଣାଇ ଥିଲେ । କାର୍ଯ୍ୟକ୍ରମରେ ସ୍ଵାଗତ ଭାଷଣ ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ତା ସମ୍ପର୍କରେ ସୂଚନା ଦେଇଥିଲେ। ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନା ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିସନର ପ୍ରଦୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.