ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଉତ୍ସାହିତ କଲେ, ଆଗୁଆ ପୁରସ୍କାର ଘୋଷଣା ହେଲା

0
  • ଓଡିଶାର ଅଲମ୍ପିଆନଙ୍କ ସହିତ କଥା ହେଲେ,, ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
  • ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ୬ କୋଟି, ୪ କୋଟି ଓ ୨.୫ କୋଟି
  • ଭଲ ପ୍ରଦର୍ଶନ କରିବୁ ଏବଂ ଦେଶ ପାଇଁ ଗୌରବ ଆଣିବୁ: ଖେଳାଳି

ଭୁବନେଶ୍ୱର: ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଏହି ଅବସରରେ ଅଲମ୍ପିୟାନ ଦୁତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନେ ଓଡିଶାର ଯୁବ ସମାଜ ପାଇଁ ରୋଲମଡେଲ ପାଲଟିଯାଇଛ । ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ । କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ଵାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଏହି ଅବସରରେ ଅଲମ୍ପିକ୍ସ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଥିଲେ। ଟୋକିଓ ଅଲମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାସହିତ ଅଲମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଥିଲେ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲମ୍ପିକ ରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ। ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ।।

ଖେଳାଳି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ ଅଲମ୍ପିକସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। କ୍ରୀଡା ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ସ୍ଵାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିସନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.