ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଖୋର୍ଦ୍ଧାରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା

0
  • ଆଉ ୬୧ କୋଭିଡ ମୃତ୍ୟୁର ହିସାବ
  • ଲାଲ ବଳୟରୁ ହଟୁନି ଖୋର୍ଦ୍ଧା,କଟକ

ଭୁବନେଶ୍ବର: ଦେଶରେ ୮ ରାଜ୍ୟରେ କରୋନା ସ୍ଥିିତି ଚିନ୍ତାଜନକ ଥିବା ବେଳେ ଏହି ତାଲିକାରେ ଓଡିଶାର ନାଁ ରହିଛି । ଓଡିଶାର ଅଧିକାଂଶ ଜିଲ୍ଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଉପରେ ରହିଛି । ଖୋର୍ଦ୍ଧାରେ ସଂକ୍ରମଣ କମିବା ବଦଳରେ ବଢି ବଢି ଚାଲିଛି । ସେପଟେ ମୟୂରଭଂଜରେ ମଧ୍ୟ ସଂକ୍ରମଣ ହାର ରେକର୍ଡ ସ୍ତରରେ ରହିବା ନେଇ ସ୍ୱାସ୍ଥ୍ୟବିଭାଗ ଚିନ୍ତିତ ହୋଇଛି । ସେହିପରି ରାଜ୍ୟରେ ବଳକା କୋଭିଡ ମୃତ୍ୟୁର ସମୀକ୍ଷା ପରେ ମୃତ୍ୟୁସଂଖ୍ୟା ୫୦ ଉପରେ ରହୁଥିବା ବେଳେ ଆଜି ୬୧ ମୃତ୍ୟୁର ହିସାବ ଦିଆଯାଇଛି।

ରାଜ୍ୟରେ ଗତ ୨୪ ଘଂଟାରେ ୭୮ ହଜାର ୫୬୦ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ସଂକ୍ରମଣ ହାର ରହିଛି ୩.୫୭% । ଖୋର୍ଦ୍ଧାରୁ ସର୍ବାଧିକ ୫୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ୪୪୧, ବାଲେଶ୍ୱରରୁ ୧୫୩,ଢେଙ୍କାନାଳରୁ ୧୨୪,ଜଗତସିଂହପୁରରୁ ୧୧୯,ମୟୂରଭଂଜରୁ ୧୦୯,ଯାଜପୁରରୁ ୨୫୨,ପୁରୀରୁ ୧୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ରେ ପହଚିଂଛି । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୨୭ ହଜାର ୪୨୯ ।

ସେହିପରି ଆଜି ୬୧ ମୃତ୍ୟୁର ହିସାବ ଦିଆଯାଇଥିବା ବେଳେ ଖୋର୍ଦ୍ଧାର ସର୍ବାଧିକ ୧୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪ ହଜାର ୪୭୬କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.