ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମେଡିକାଲ ଛାତରୁ କାହିଁକି ଡେଇଁଲେ ଯୁବତୀ?

0

ଭୁବନେଶ୍ବର: ମେଡିକାଲ ଛାତରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା। ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମେଡିକାଲ ତୃତୀୟ ମହଲାରୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ଗତ ୭ ତାରିଖରେ ତୁମ୍ବିଗୁଡ଼ା ଗାଁର ୨୮ ବର୍ଷୀୟ ରଜନୀ ମେଲେକା ଅସୁସ୍ଥତା ଯୋଗୁ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଜ୍ୱର ଓ ପାଟିରେ ଘା’ ହୋଇଥିବା ଯୋଗୁ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଆଜି ଭୋରରୁ ସେ ଚିକିତ୍ସାଳୟ ତୃତୀୟ ମହଲାର ବାଥରୁମ ଯାଇ ସେଠାରୁ ତଳକୁ ଡେଇଁ ପଡିଥିଲେ। ଡେଇଁ ପଡିବା ପରେ ତଳେ ପଡି ତାଙ୍କର ମୃତ୍ୟୁ ହୋଇଥିଲା। ତେବେ କେଉଁ କାରଣ ପାଇଁ ଯୁବତୀ ଜଣକ ଏପରି ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିାହିଁ । ସାଇଣ୍ଟିଫିକ୍ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.