ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ବିଜୁଳି ନେଇଗଲା ୭୦ ଜୀବନ

0

ନୂଆଦିଲ୍ଲୀ: କିଛି କ୍ଷଣ ମଧ୍ୟରେ ବ୍ରଜପାତ ନେଲା ୭୦ରୁ ଅଧିକ ଜୀବନ। ଆଜି ଦେଶର ବିଭିନ୍ନ ସ୍ଥାନରେ ବାଦଲ ଫଟା ବର୍ଷା ସହ ବଜ୍ରପାତରେ ୭୦ ଜଣଙ୍କ ଜୀବନ ଯାଇଛି । ଅନେକ ଆହତ ମଧ୍ୟ ହୋଇଛନ୍ତି । ଉତ୍ତରପ୍ରଦେଶ, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି।

କେବଳ ଉତ୍ତରପ୍ରଦେଶରେ ୩୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ରାଜସ୍ଥାନରେ ୨୦ଜଣଙ୍କ ଓ ମଧ୍ୟପ୍ରଦେଶରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିିଛି । ୨୦୦ରୁ ଅଧିକ ଗୋରୁ ମଧ୍ୟ ପ୍ରାଣ ହରାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବଜ୍ରପାତ ଯୋଗୁଁ ପ୍ରାଣ ହରାଇଥିବା ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହତଙ୍କୁ ୫୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି କୁହାଯାଇଛି।

ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ବର୍ଷା ଜାରି ରହିଛି । ମହାୀରାଷ୍ଟ୍ର, ଗୁଜୁରାଟ ଓ କେରଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ରେଡ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ଯୋଗୁ ଅଚାନକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପର୍ଯ୍ୟଟନ କ୍ଷେତ୍ର ଭାଗସୁରେ ଏକ ଛୋଟ ନାଳରେ ପ୍ରବଳ ଜଳ ମାଡ଼ି ଆସିବାରୁ ଅନେକ ଗୁଡ଼ିଏ କାର ଭାସିଯାଇଥିବା ଦେଖାଯାଇଛି।

Leave A Reply

Your email address will not be published.