ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଖସୁଛି ସଂକ୍ରମିତଙ୍କ ସଂଖ୍ୟା, ବଢୁଛି ମୃତ୍ୟୁ ତାଲିକା

0

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ତଳକୁ ଖସିଛି । ଯାହା ଆଶ୍ୱସ୍ତ କରିଛି। କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନାହିଁ । ମୃତ୍ୟୁ ସଂଖ୍ୟାର ତାଲିକା ଲମ୍ବିବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ତଳକୁ ଖସିଛି । ସଂକ୍ରମଣ ହାର ମଧ୍ୟ ୩ ପ୍ରତିଶତ ତଳେ ରହିଛି । ହେଲେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା କରୋନା ମୃତ୍ୟୁ ସଂଖ୍ୟାର ହିସାବ କିନ୍ତୁ କମୁନି।

ରାଜ୍ୟରେ ଗତ ୨୪ ଘଂଟାରେ ୭୨ ହଜାର ୭୫୪ କରୋନା ନମୁନା ପରୀକ୍ଷା ହୋଇଥିବା ବେଳେ ୧୯ ଶହ ୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୨.୭୩%। ଖୋର୍ଦ୍ଧାରୁ ସର୍ବାଧିକ ୩୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୭, ବାଲଶ୍ୱରରୁ ୧୮୧, ମୟୁରଭଂଜରୁ ୧୧୦, ପୁରୀରୁ ୧୪୪, ଜଗତସିଂହପୁରରୁ ୮୯, ଯାଜପୁରରୁ ୧୪୧, ନୟାଗଡରୁ ୭୮, ସୁନ୍ଦରଗଡରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ମୃତ୍ୟୁ ତାଲିକା କିନ୍ତୁ ବଢିବାରେ ଲାଗିଛି । ଆଜି ଆଉ ୬୩ ମୃତ୍ୟୁର ହିସାବ ଦିଆଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ଗଞ୍ଜାମ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର , ଜଗତସିଂହପୁର, କେନ୍ଦୁଝର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଗଜପତି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଜୁଲାଇ ମାସରେ ୧୨ ଦିନରେ ୩୧ ହଜାର ୯୪୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪୪ ମୁଣ୍ଡ ନେଲାଣି କରୋନା । ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.