ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ସେପ୍‌ଟେମ୍ବର ୧୨ରେ କୋଭିଡ୍ କଟକଣାରେ ନିଟ୍ ପରୀକ୍ଷା

0

ଟ୍ୱିଟ୍‌ କଲେ କେନ୍ଦ୍ରମନ୍ତ୍ରୀ, ଆସନ୍ତାକାଲି ଅପରାହ୍ନ ୫ରୁ ଏନଟିଏ ୱେବ୍ ସାଇଟ୍‌ରେ ଆବେଦନ
ପୂର୍ବରୁ ଅଗଷ୍ଟ ୧ରେ ଏହି ପରୀକ୍ଷା କରିବା ପାଇଁ ତାରିଖ ଧାର୍ଯ୍ୟ କରିଥିଲେ କେନ୍ଦ୍ର ସରକାର
ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ୧୯୮କୁ ବୃଦ୍ଧି, ପରୀକ୍ଷା କେନ୍ଦ୍ର ବି ବଢ଼ିବ


ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ କୋଭିଡ୍ ନିୟମ ପାଳନ ସହ ସାରା ଭାରତବର୍ଷରେ ଚଳିତବର୍ଷର ନିଟ୍‌(ୟୁଜି) ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି ଅପରାହ୍ନ ୫ଟାରୁ ଏନଟିଏ ୱେବସାଇଟ୍ ଜରିଆରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଆଜି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ନେଇ ଟ୍ବିଟ୍ ଜରିଆରେ ସୂଚନା ଦେଇଛନ୍ତି।

ପୂର୍ବରୁ ଅଗଷ୍ଟ ୧ରେ ଏହି ପରୀକ୍ଷା କରିବା ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିଲା। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ସାମାଜିକ ଦୂରତା ନିୟମକୁ ସୁନିଶ୍ଚିତ କରିବା ପରିପ୍ରେକ୍ଷୀରେ ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ୧୯୮କୁ ବୃଦ୍ଧି କରାଯାଇଛି। ଗତବର୍ଷ ୩ ହଜାର ୮୬୨ଟି ପରୀକ୍ଷା କେନ୍ଦ୍ର ବ୍ୟବହାର ହୋଇଥିବା ବେଳେ ଚଳିତ ବର୍ଷ ମଧ୍ୟ ପରୀକ୍ଷା କେନ୍ଦ୍ରକୁ ମଧ୍ୟ ବୃଦ୍ଧି କରାଯିବ।

କୋଭିଡ୍ ନିୟମକୁ ମଧ୍ୟ ପାଳନ କରାଯିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କୁ ମାସ୍କ ପ୍ରଦାନ କରାଯିବ। ସେହିପରି ପରୀକ୍ଷାର୍ଥୀଙ୍କ ପ୍ରବେଶ ଏବଂ ପ୍ରସ୍ଥାନ ସମୟରେ ସମୟ ନିର୍ଦ୍ଧାରଣ କରାଯିବା ସହ କଂଟାକ୍ଟଲେସ୍‌ ପଞ୍ଜୀକରଣ, ପରୀକ୍ଷା କେନ୍ଦ୍ରର ସାନିଟାଇଜେସନ ଏବଂ ପରୀକ୍ଷା ହଲରେ ସାମାଜିକ ଦୂରତା ରକ୍ଷା କରାଯିବ
ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି। ପରୀକ୍ଷା ପୂର୍ବରୁ ଏବଂ ପରେ ପରୀକ୍ଷା କେନ୍ଦ୍ରକୁ ସାନିଟାଇଜ୍ କରାଯିବା ନେଇ ମଧ୍ୟ ନିଷ୍ପତି ହୋଇଛି ।

Leave A Reply

Your email address will not be published.