ପ୍ରମୁଖ ଖବର

ବିଜେପି ଛାଡ଼ି ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି ଦେବାଶିଷ ନାୟକ
ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ୩ ଦିନିଆ ପୁଲିସ ହେପାଜତରେ ଗଲେ କଂଗ୍ରେସ ନେତା ଅରୁଣ ରେଡ୍ଡୀ
ଆସନ୍ତାକାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଆୟୋଜିତ ସଭାରେ ଉଦବୋଧନ ଦେବେ
ନବୀନଙ୍କ ୪ ଜିଲ୍ଲା ଗସ୍ତ: ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ପରେ ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ
ଟିକେଟ ଫେରାଇ ଦେଲେ ପୁରୀ ଲୋକସଭା ପ୍ରାର୍ଥୀ; ମେଲରେ ଏଆଇସିସି କୁ ଲେଖିଲେ କଡ଼ା କଥା,ନିର୍ବାଚନ ଲଢ଼ିବା ପାଇଁ ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇ ଦେଇଥିବା ସେ ମେଲ ଜରିଆରେ ଏଆଇସିସିକୁ ଜଣାଇଛନ୍ତି

ପୁରୀରେ କେଉଁଠି ରହିଲା, କେଉଁଠାରୁ ହଟିଲା କର୍ଫ୍ୟୁ

0

୧୨ ଘଣ୍ଚା ପୂର୍ବରୁ ହଟିଲା, କିଛି ଅଞ୍ଚଳରେ ୧୪ ତାରିଖ ସକାଳ ଯାଏ ରହିବ

ପୁରୀ: ଗତକାଲି ଶାନ୍ତିଶୃଙ୍ଖଳାର ସହିତ ରଥଯାତ୍ରା ସମାପନ ପରେ ପୁରୀରୁ କର୍ଫ୍ୟୁ ହଟାଇଲା ଜିଲ୍ଲା ପ୍ରଶାସନ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ରଥଯାତ୍ରା ନିମନ୍ତେ ଆଜି ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ପୂର୍ବରୁ ଜାରି ଥିବା କଟକଣାକୁ ପ୍ରତ୍ୟାହାର କରାଯାଇଛି। ରଥଯାତ୍ରା ପାଇଁ ୧୧ ତାରିଖ ରାତି ୮ଟାରୁ ୧୩ ତାରିଖ ରାତି ୮ଟାଯାଏ ପୁରୀ ଟାଉନରେ କର୍ଫ୍ୟୁ ନେଇ ଘୋଷଣା ହୋଇଥିଲା । ହେଲେ ୧୨ ଘଣ୍ଟା ପୂର୍ବରୁ ଏହାକୁ ହଟାଇ ଦିଆଯାଇଛି । କେବେଳ ଗୁଣ୍ଡିଚା ମନ୍ଦିର ସଂଲଗ୍ନ ଅଞ୍ଚଳରେ ଏହା ବଳବତ୍ତର ରହିବ। ଆସନ୍ତାକାଲି ସକାଳ ୬ଟାଯାଏ ଗୁଣ୍ଡିଚା ମନ୍ଦିର ଚାରିପଟେ କର୍ଫ୍ୟୁ ବଳବତ୍ତର ରହିବ । ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

କୁମ୍ଭାରପଡା, ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ୟ୍ୟନ୍ତ କଟକଣା ଆସନ୍ତା ୧୪ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ।

ଶ୍ରୀ ଜୀଉ ମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ନିମନ୍ତେ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ବନ୍ଦ ରହିବ। ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ବୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟ ଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ । ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.