ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ପୁରୀରେ କେଉଁଠି ରହିଲା, କେଉଁଠାରୁ ହଟିଲା କର୍ଫ୍ୟୁ

0

୧୨ ଘଣ୍ଚା ପୂର୍ବରୁ ହଟିଲା, କିଛି ଅଞ୍ଚଳରେ ୧୪ ତାରିଖ ସକାଳ ଯାଏ ରହିବ

ପୁରୀ: ଗତକାଲି ଶାନ୍ତିଶୃଙ୍ଖଳାର ସହିତ ରଥଯାତ୍ରା ସମାପନ ପରେ ପୁରୀରୁ କର୍ଫ୍ୟୁ ହଟାଇଲା ଜିଲ୍ଲା ପ୍ରଶାସନ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ରଥଯାତ୍ରା ନିମନ୍ତେ ଆଜି ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ପୂର୍ବରୁ ଜାରି ଥିବା କଟକଣାକୁ ପ୍ରତ୍ୟାହାର କରାଯାଇଛି। ରଥଯାତ୍ରା ପାଇଁ ୧୧ ତାରିଖ ରାତି ୮ଟାରୁ ୧୩ ତାରିଖ ରାତି ୮ଟାଯାଏ ପୁରୀ ଟାଉନରେ କର୍ଫ୍ୟୁ ନେଇ ଘୋଷଣା ହୋଇଥିଲା । ହେଲେ ୧୨ ଘଣ୍ଟା ପୂର୍ବରୁ ଏହାକୁ ହଟାଇ ଦିଆଯାଇଛି । କେବେଳ ଗୁଣ୍ଡିଚା ମନ୍ଦିର ସଂଲଗ୍ନ ଅଞ୍ଚଳରେ ଏହା ବଳବତ୍ତର ରହିବ। ଆସନ୍ତାକାଲି ସକାଳ ୬ଟାଯାଏ ଗୁଣ୍ଡିଚା ମନ୍ଦିର ଚାରିପଟେ କର୍ଫ୍ୟୁ ବଳବତ୍ତର ରହିବ । ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

କୁମ୍ଭାରପଡା, ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ୟ୍ୟନ୍ତ କଟକଣା ଆସନ୍ତା ୧୪ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ।

ଶ୍ରୀ ଜୀଉ ମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ନିମନ୍ତେ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ବନ୍ଦ ରହିବ। ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ବୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟ ଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ । ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.