ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ମୋଦୀଙ୍କ ଅର୍ଥନୈତିକ ବ୍ୟାପାର କମିଟିରେ ଧର୍ମେନ୍ଦ୍ର

0

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ସଦ୍ୟ ଗଠିତ କ୍ୟାବିନେଟର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କମିଟି ଭାବରେ ଜଣାଶୁଣା “କ୍ୟାବିନେଟ କମିଟି ଅନ୍ ଇକୋନୋମିକ ଆଫେୟାର୍ସ” ବା ଅର୍ଥନୈତିକ ବ୍ୟାପାର କମିଟିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ଥାନ ଦିଆଯାଇଛି। ଏହି କମିଟି ଦେଶର ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ନୀତି ଓ ପଲିସି ନିର୍ଦ୍ଧାରଣ କରିଥାଏ। ପ୍ରଧାନମନ୍ତ୍ରୀ ନିଜେ ଏହି କମିଟିର ଅଧ୍ୟକ୍ଷ ହୋଇଥାନ୍ତି।

ଧର୍ମେନ୍ଦ୍ର ପ୍ରଧାନ ଏବେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ବିଭାଗର ଦାୟିତ୍ଵ ତୁଲାଉଛନ୍ତି। ସେ ହେଉଛନ୍ତି ପ୍ରଥମ ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ, ଯେ ସାମାଜିକ ଭିତ୍ତିଭୂମିର ବିଭାଗ ତୁଲାଇଥିଲେ ମଧ୍ୟ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ “କ୍ୟାବିନେଟ କମିଟି ଅନ୍ ଇକୋନୋମିକ ଆଫେୟାର” ଦାୟିତ୍ଵ ଭାର ଦିଆଯାଇଛି। ଏହା ସହିତ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କ୍ୟାବିନେଟ୍ କମିଟି ଅନ୍ ଏମ୍ପଲଏମେଣ୍ଟ ଏବଂ ସ୍କିଲ୍ ଡେଭଲପମେଣ୍ଟର ବି ସଦସ୍ୟ ହୋଇଛନ୍ତି।

Leave A Reply

Your email address will not be published.