ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଲକଡାଉନ ହଟିବ ନା ରହିବ?

0

ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି

ଭୁବନେଶ୍ବର: ଆଉ ଦିନକରେ ପରେ ସରିବ ଆଶିଂକ ଲକଡାଉନ> ପୂର୍ବଅପେକ୍ଷା ସଂକ୍ରମଣ କମୁଥିଲେ ମଧ୍ୟ ଖୋର୍ଦ୍ଧା ଓ କଟକରେ କିନ୍ତୁ ସଂକ୍ରମଣ ଏଯାଏ କମିନି । ତେଣୁ ସରକାର ଲକଡାଉନ ହଟାଇବେ ନା କଟକଣା ବଳବତର ରଖିବେ ତା ଉପରେ ଏବେ ନଜର । ସେହିପରି ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଲେ ମୃତ୍ୟୁହାର ଭୟଙ୍କର ହେବାରେ ଲାଗିଛି । ଦୈନିକ ୬୦ ମୃତ୍ୟୁ ସଂଖ୍ୟାର ହିସାବ ଦେଉଛନ୍ତି ସରକାର>

ଗତ ୨୪ ଘଣ୍ଟାରେ ୬୯ ହଜାର ୨୮୭ କରୋନା ନମୁନା ପରୀକ୍ଷା ହୋଇଥିବା ବେଳେ ୨ ହଜାର ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୨.୯୯% । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୮୩,ବାଲେଶ୍ୱରରୁ ୧୧୫, ଭଦ୍ରକରୁ ୧୧୦, ଜଗତସିଂହପୁରରୁ ୯୯, ଯାଜପୁରରୁ ୧୨୦, ମୟୂରଭଂଜରୁ ୧୧୫, ପୁରୀରୁ ୧୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯କୁ ବୃଦ୍ଧି ପାଇଛି।

ସେହିପରି ଆଉ ୬୫ ମୃତ୍ୟର ହିସାବ ଦିଆଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି । ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଜୁଲାଇ ମାସର ୧୪ ଦିନରେ ୩୫,୯୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୭୭ ମୁଣ୍ଡ ନେଲା ମହାମାରୀ।

ଏପ୍ରିଲ ମାସରେ ରାଜ୍ୟରେ ୧,୧୩,୫୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୮ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିଲା । ମେ ମାସରେ ୩,୨୦,୮୦୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୧୧ ମୁଣ୍ଡ ନେଇଛି ମହାମାରୀ । ଜୁନ ମାସର ୩୦ ଦିନରେ ୧,୪୪,୭୭୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୬୪ ଜଣ ଆଖି ବୁଜିଛନ୍ତି ।

Leave A Reply

Your email address will not be published.