ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

୬ ଘଣ୍ଟିଆ ଓଡିଶା ବନ୍ଦ

0

ଭୁବନେଶ୍ବର: ତୈଳ ଦର ବୃଦ୍ଧି ସାଂଗକୁ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଛି ବାମଦଳ। ଆଜି ବାମଦଳ ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ପକ୍ଷରୁ ପକ୍ଷରୁ ଓଡିଶା ବନ୍ଦ ପାଳନ କରାଯାଉଛି। ସକାଳ ୬ରୁ ବନ୍ଦ ପାଳନ ଆରମ୍ଭ ହୋଇଥିବା ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଦେଖିବାକୁ ମିଳିଛି । ଦିନ ୧୨ଟା ଯାଏଁ ବନ୍ଦ ପାଳନ ଚାଲିବ। ବାମଦଳର ୬ ଘଣ୍ଟିଆ ଓଡିଶା ବନ୍ଦ ପାଳନକୁ ସମର୍ଥନ ଜଣାଇଛି କଂଗ୍ରେସ ।

ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବାମଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଭିନ୍ନ ସ୍ଥାନରେ ରାସ୍ତାରୋକ କରିବା ସହ ରେଳ ରୋକ କରାଯାଇଛି। ଭୁବନେଶ୍ୱର,ବ୍ରହ୍ମପୁର, ରାଉରକେଲା, ଗୁୁଣୁପୁର,ବଣାଇ,ନୂଆପଡାର ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇଛି । ଭୁବନେଶ୍ୱର ରେଳ ଷ୍ଟେସନରେ ବାମ ଦଳ କର୍ମୀ ରେଳରୋକ କରିଛନ୍ତି। ବ୍ରହ୍ମପୁର ଓ ବାଲେଶ୍ୱର ଷ୍ଟେସନରେ ମଧ୍ୟ ସମାନ ଚିତ୍ର ଦେଖିବାକୁ ମିଳିଛି । ଫଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଗୁଣୁପୁରେ ସିପିଆଇଏମ ଲିବରେସନ ପକ୍ଷରୁ ରାସ୍ତା ରୋକ କରାଯାଇଛି । ବନ୍ଦ ଯୋଗୁଁ ଗାଡି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି । ରାସ୍ତା ଉପରେ ଟ୍ରକଗୁଡିକ ଅଟକି ରହିଛି । ଦୋକାନ ବଜାର ମଧ୍ୟ ବନ୍ଦ ରହିଛି।

କରୋନା ମହାମାରୀ ସମୟରେ ଦରବୃ୍ଦ୍ଧି ସାଧାରଣ ଲୋକଙ୍କୁ ଅତିଷ୍ଠ କରିପକାଇଲାଣି । ତୈଳ ଦର, ରନ୍ଧନ ଗ୍ୟାସ ଓ ଅତ୍ୟାବଶ୍ୟକ ଜିିନିଷର ଦର ତୁରନ୍ତ କମାଇବାକୁ ଦାବି ହୋଇଛି ।

Leave A Reply

Your email address will not be published.