ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

୬ ଘଣ୍ଟିଆ ଓଡିଶା ବନ୍ଦ

0

ଭୁବନେଶ୍ବର: ତୈଳ ଦର ବୃଦ୍ଧି ସାଂଗକୁ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଛି ବାମଦଳ। ଆଜି ବାମଦଳ ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ପକ୍ଷରୁ ପକ୍ଷରୁ ଓଡିଶା ବନ୍ଦ ପାଳନ କରାଯାଉଛି। ସକାଳ ୬ରୁ ବନ୍ଦ ପାଳନ ଆରମ୍ଭ ହୋଇଥିବା ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଦେଖିବାକୁ ମିଳିଛି । ଦିନ ୧୨ଟା ଯାଏଁ ବନ୍ଦ ପାଳନ ଚାଲିବ। ବାମଦଳର ୬ ଘଣ୍ଟିଆ ଓଡିଶା ବନ୍ଦ ପାଳନକୁ ସମର୍ଥନ ଜଣାଇଛି କଂଗ୍ରେସ ।

ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବାମଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଭିନ୍ନ ସ୍ଥାନରେ ରାସ୍ତାରୋକ କରିବା ସହ ରେଳ ରୋକ କରାଯାଇଛି। ଭୁବନେଶ୍ୱର,ବ୍ରହ୍ମପୁର, ରାଉରକେଲା, ଗୁୁଣୁପୁର,ବଣାଇ,ନୂଆପଡାର ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇଛି । ଭୁବନେଶ୍ୱର ରେଳ ଷ୍ଟେସନରେ ବାମ ଦଳ କର୍ମୀ ରେଳରୋକ କରିଛନ୍ତି। ବ୍ରହ୍ମପୁର ଓ ବାଲେଶ୍ୱର ଷ୍ଟେସନରେ ମଧ୍ୟ ସମାନ ଚିତ୍ର ଦେଖିବାକୁ ମିଳିଛି । ଫଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଗୁଣୁପୁରେ ସିପିଆଇଏମ ଲିବରେସନ ପକ୍ଷରୁ ରାସ୍ତା ରୋକ କରାଯାଇଛି । ବନ୍ଦ ଯୋଗୁଁ ଗାଡି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି । ରାସ୍ତା ଉପରେ ଟ୍ରକଗୁଡିକ ଅଟକି ରହିଛି । ଦୋକାନ ବଜାର ମଧ୍ୟ ବନ୍ଦ ରହିଛି।

କରୋନା ମହାମାରୀ ସମୟରେ ଦରବୃ୍ଦ୍ଧି ସାଧାରଣ ଲୋକଙ୍କୁ ଅତିଷ୍ଠ କରିପକାଇଲାଣି । ତୈଳ ଦର, ରନ୍ଧନ ଗ୍ୟାସ ଓ ଅତ୍ୟାବଶ୍ୟକ ଜିିନିଷର ଦର ତୁରନ୍ତ କମାଇବାକୁ ଦାବି ହୋଇଛି ।

Leave A Reply

Your email address will not be published.